ଠାକୁରମୁଣ୍ଡା,୧୯ା୪(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ବାଉଁଶଡିହା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ଶନିବାର ସକାଳେ ଜଣେ ଯୁବକଙ୍କ ଆକ୍ରମଣରେ ଆହତ ହୋଇଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି ଠାକୁରମୁଣ୍ଡା ଥାନା ପୋଲିସ ଏକ ମାମଲା(ନଂ.୪୬/୨୦୨୦) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ପରେ ପୋଲିସ ସିଆରପିସି ୪୧ ଧାରାରେ ନୋଟିସ ଦେଇ ଅଭିଯୁକ୍ତଙ୍କୁ ଛାଡ଼ିି ଦେଇଛି।
ସୂଚନା ଅନୁଯାୟୀ, ଅଙ୍ଗନଓ୍ବାଡି କର୍ମୀ ଜଣକ ଘରକୁ ଘର ବୁଲି କରୋନା ପାଇଁ ସଚେତନ କରିବା ସହିତ ବାହାରୁ କେହି ଲୋକ ଗାଁକୁ ଆସିଲେ କ୍ୱାରାଣ୍ଟାଇନରେ ରହିବା ପାଇଁ ପରାମର୍ଶ ଦେଉଥିଲେ। ୧୭ ତାରିଖ ସେ ଗ୍ରାମର ଜଣଙ୍କ ଘରକୁ ଯାଇ ନୂଆ ଲୋକ କେହି ଆସିଥିବା ବିଷୟରେ ଆଲୋଚନା କରିବାରୁ ସେହି ଘରର ଜଣେ ମହିଳା ତାଙ୍କୁ ଧମକଚମକ ଦେଇଥିଲେ l ପରଦିନ ସେହି ଗ୍ରାମର କଟୁ ଟଙ୍ଗଣିଆ ନାମକ ଜଣେ ଯୁବକ ଅଚାନକ ସକାଳ ୭ଟା ବେଳେ ଅଙ୍ଗନଓ୍ବାଡି କର୍ମୀଙ୍କ ଘରକୁ ଆସି ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବାରୁ ସେ ଆହତ ହୋଇଥିଲେ। ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଡାକ୍ତରଖାନା ଆସି ଚିକିତ୍ସିତ ହେବା ସହ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ବିଡ଼ିଓ, ସିଡିପିଓଙ୍କ ପରାମର୍ଶ କ୍ରମେ ଅଙ୍ଗନଓ୍ବାଡି କର୍ମୀ ଥାନାରେ ଏତଲା ଦେଇଥିଲେ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା
ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…
ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା
କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ଜାଲ୍ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି
ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…
ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…
ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍ଏସି ସତ୍ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…
୮୦ ଫୁଟ୍ ତଳକୁ ଖସିଲା ଟ୍ରକ୍: ଭିତରେ ଥିଲେ ଡ୍ରାଇଭର
ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍ ତଳକୁ ଖସିଲା ଟ୍ରକ୍। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
Archives

