Posted inଜାତୀୟ

ଅଙ୍ଗନଓ୍ବାଡି କେନ୍ଦ୍ର ମାଧ୍ୟମରେ ଅନ୍‌ଲାଇନରେ ହେବ ଶିକ୍ଷାଦାନ

ଥିରୁଭାନନ୍ତପୁରମ,୧୧।୬: କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ। ଏହି ସମୟରେ କେଳବ ଜରୁରୀ ସେବାକୁ ବାଦ୍‌ ଦେଇ ଅନ୍ୟ ସମସ୍ତ ସଂସ୍ଥାକୁ ବନ୍ଦ କରି ଦିଆଯାଇଥିଲା। ତେବେ ଚଳିତ ଶିକ୍ଷାବର୍ଷରେ ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରହିବା ଫଳରେ ଛାତ୍ରୀଛାତ୍ରମାନେ ପାଠପଢାରେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏବେ କେରଳ ସରକାର ଅନ୍‌ଲାଇନରେ ଶିକ୍ଷାଦାନ କରିବାକୁ ସ୍ଥିର କରିଛନ୍ତି। ଅନ୍‌ଲାଇନ ପାଠପଢା ପାଇଁ ଆବଶ୍ୟକ ସ୍ମାର୍ଟଫୋନ୍‌ ସମସ୍ତଙ୍କ ପାଖରେ ନ ଥିବାରୁ ସେଭଳି ପିଲାମାନଙ୍କ ପାଇଁ ସୁବିଧା କରାଯାଇଛି। କେରଳର ଆସିଷ୍ଟାଣ୍ଟ ଏଜୁକେଶନ ଅଫିସର କହିଛନ୍ତି ଯେଉଁମାନଙ୍କ ପାଖରେ ସ୍ମାର୍ଟଫୋନ ନାହିଁ ସେମାନେ ଅଙ୍ଗନଓ୍ବାଡି କେନ୍ଦ୍ର ଓ ଲାଇବେରୀରେ ଏକାଠି ହୋଇ ଅନ୍‌ଲାଇନରେ ପାଠ ପଢିପାରିବେ। ଏଥିପାଇଁ ସେଠାରେ ସବୁ ସୁବିଧା ଯୋଗାଇ ଦିଆଯିବ। ସେମାନଙ୍କୁ ଆଉ ସ୍କୁଲ ଯିବାକୁ ପଡିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri