ଅଙ୍ଗନଓ୍ବାଡି ଶିଶୁଙ୍କୁ ନିମ୍ନମାନର ଖାଦ୍ୟ: ଦିଆଗଲା ପୋକଖିଆ, ଫିମ୍ପି ଚାଉଳର ଭାତ

ନୂଆଗାଁ,୧୭।୧୦ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନଙ୍କୁ ପୋକଖିଆ, ଫିମ୍ପିଲଗା ଚାଉଳର ଭାତ ଦିଆଯାଉଛି। ବୁଧବାର ଏହା ଜଣାପଡିବା ପରେ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସମନ୍ବିତ ଶିଶୁ ବିଭାଗ ତରଫରୁ ଖାଦ୍ୟ ଦିଆଯାଉଥିବାବେଳେ ବିଭାଗୀୟ ଅଧିକାରୀଙ୍କ ନୀରବତା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।
ଅଙ୍ଗନଓ୍ବାଡି କେନ୍ଦ୍ରରେ ୩୩ ଜଣ ଶିଶୁ ପଢୁଥିବା ବେଳେ ସେମାନଙ୍କ ଦାୟିତ୍ୱରେ ଅଛନ୍ତି ଜଣେ ଅଙ୍ଗନଓ୍ବାଡି କର୍ମୀ ଓ ଜଣେ ସହାୟିକା । ଶିଶୁମାନଙ୍କୁ ପୁଷ୍ଟିକର ଖାଦ୍ୟ ଦିଆଯାଉଥିବା ନେଇ ବିଭାଗୀୟ ଅଧିକାରୀମାନେ କହୁଥିବା ବେଳେ ଶିଖରଗୋଛା ଅଙ୍ଗନଓ୍ବାଡି କେନ୍ଦ୍ରରେ ତାହାର ବ୍ୟତିକ୍ରମ ଦେଖିବାକୁ ମିଳିଛି । ପ୍ରତିଦିନ ଶିଶୁମାନଙ୍କୁ ଠିକ୍‌ ଭାବରେ ପୁଷ୍ଟିକର ଖାଦ୍ୟ ଦିଆଯାଉ ନଥିବା ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ବିଭାଗୀୟ ସୁପରଭାଇଜର ଓ ଅଧିକାରୀ ତାହାକୁ ଘଣ୍ଟ ଘୋଡାଇବା ସହ ସବୁ ଠିକ୍‌ ଚାଲିଥିବା କହୁଥିଲେ । ବୁଧବାର ଜଣେ ଅଭିଭାବକ ତାହାର ସତ୍ୟତା ଜାଣିବା ପାଇଁ କେନ୍ଦ୍ରକୁ ଯିବାରେ ଯାହା ଦେଖିଲେ ସେ ନିଜ ଆଖିକୁ ବିଶ୍ୱାସ କରିପାରିଲେ ନାହିଁ । ରନ୍ଧା ଯାଇଥିବା ଭାତ ଦେଖିବା ପରେ କେଉଁଠୁ ଚାଉଳ ଆଣି ରୋଷେଇ କରିଛ ବୋଲି ଅଙ୍ଗନଓ୍ବାଡି କର୍ମୀଙ୍କୁ ପଚାରିବାରେ ସେ ଚାଉଳ ଡ୍ରମକୁ ଦେଖାଇଥିଲେ । ସେଥିରେ ଥିଲା କେବଳ ପୋକଖିଆ, ପାଣିରେ ଭିଜି ରହିଥିବା ଫିମ୍ପି ଲଗା ଚାଉଳ । ଏପରି ଚାଉଳ ରୋଷେଇ କରି ଶିଶୁମାନଙ୍କୁ ଦେବା କାରଣ ବିଷୟରେ ସଂପୃକ୍ତ କର୍ମୀ ଗୌରୀ ବେହେରାଙ୍କୁ ପଚାରିବାରେ ଆମ ନିକଟରେ ଅନ୍ୟ କୌଣସି ଭଲ ଚାଉଳ ନଥିବାରୁ ଏହାକୁ ଧୋଇ ଆମେ ରୋଷେଇ କରିଛୁ ବୋଲି ସ୍ବୀକାର କରିଥିଲେ । ଜୁଲାଇ ୨୪ ତାରିଖରେ ୨ କୁଇଣ୍ଟାଲ ଚାଉଳ ଦିଆଯାଇଥିଲା ଏବଂ ତାହା ଶେଷ ହୋଇଯିବା ପରେ ଆଉ ଚାଉଳ ଦିଆଯାଇ ନଥିବା ସେ କହିଥିଲେ । ଏହି ଘଟଣା ପ୍ରଘଟ ହୋଇଯିବା ପରେ ସ୍ଥାନୀୟ ସରପଞ୍ଚ ଅସିତ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚତ୍ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ । ଖବର ପାଇ ନୂଆଗାଁ ସୁପରଭାଇଜର ସଞ୍ଜୁ କହଁର ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ ମଧ୍ୟ ତାଙ୍କର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ସ୍ଥାନୀୟ ଲୋକଙ୍କ ଅଭିଯୋଗ ମୁତାବକ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ କୌଣସି ଅଧିକାରୀ ପରିଦର୍ଶନରେ ନ ଆସିବାରୁ ଏପରି ବିଶୃଙ୍ଖଳା ଦେଖାଦେଉଛି । କେବଳ ଶିଖରଗୋଛା ଅଙ୍ଗନଓ୍ବାଡି କେନ୍ଦ୍ର ନୁହେଁ ନୂଆଗାଁ ବ୍ଲକର ଅନେକ କେନ୍ଦ୍ରରେ ଏପରି ନିମ୍ନମାନର ଖାଦ୍ୟ ଦିଆଯାଉଥିଲେ ମଧ୍ୟ କୌଣସି ଅଧିକାରୀ ଦୃଷ୍ଟି ଦେଉ ନଥିବା ଅଭିଯୋଗ ହେଉଛି । ସୁପରଭାଇଜରମାନେ କେନ୍ଦ୍ର ପରିଦର୍ଶନରେ ନ ଯାଇ ମଧ୍ୟ ପଛୁଆ ତାରିଖରେ ପରିଦର୍ଶନ ଖାତାରେ ଦସ୍ତଖତ କରୁଥିବା ଅଭିଯୋଗ ହେଉଥିବା ବେଳେ ତାହାର ଏକ ତଦନ୍ତ କରାଗଲେ ସତ୍ୟାସତ୍ୟ ପଦାକୁ ଆସିବ ବୋଲି ଦାବି ହେଉଛି। ଏ ବିଷୟରେ ନୂଆଗାଁ ସିଡିପିଓ ଦାୟିତ୍ୱରେ ଥିବା ନୟାଗଡ ସିଡିପିଓ ଆରତୀ ତ୍ରିପାଠୀଙ୍କୁ ପଚାରିବାରେ ମୁଁ ଗୁରୁବାର ନୂଆଗାଁ ଯାଇ ଏହାର ତଦନ୍ତ କରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri