ଅଙ୍ଗନଓ୍ବାଡି, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସଂଗ୍ରହ ହେଲା ୨୨୫୦ ଏନ୍‌-୯୫ ମାସ୍କ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କ୍ଷେତ୍ରରେ କାମ କରୁଥିବା ଅଙ୍ଗନଓ୍ବାଡି କର୍ମୀ ଓ ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ୩.୮୫ ଲକ୍ଷ ଟଙ୍କାର (୨୨୫୦ଟି) ଏନ୍‌-୯୫ ମାସ୍କ ସୋମବାର ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଛି। ଏଭଳି ମୋଟ ୫ହଜାର ଏନ୍‌-୯୫ ମାସ୍କ ସଂଗ୍ରହ କରି ସ୍ବାସ୍ଥ୍ୟ କର୍ମୀ ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ପ୍ରଦାନ କରାଯିବାର ଲକ୍ଷ୍ୟ ରଖାଯାଇଛି। ଛତ୍ରପୁର ସଂଗ୍ରାମ ସ୍ପୋଟର୍‌ସ କ୍ଲବ ପକ୍ଷରୁ ୧ ଲକ୍ଷ ଟଙ୍କା ବ୍ୟୟରେ ୬୨୫ଟି ଏନ୍‌-୯୫ ମାସ୍କ ପିଡିଙ୍କୁ ପ୍ରଦାନ କରାଯାଇଛି। କ୍ଲବର ସଭାପତି ତଥା ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ, ଏନ୍‌. ଗିରିଧର ରାଓ, ଆର୍‌. ଯୋଗେନ୍ଦ୍ର ରାଓ, ନିରୋଧ ଚନ୍ଦ୍ର ନାୟକ, ସୁରଜିତ ସାମନ୍ତରାୟ ଉପସ୍ଥିତ ଥିଲେ। ଦଣ୍ଡନାଚ ପାଇଁ ଏହି ଅର୍ଥ ସଂଗ୍ରହ ହୋଇଥିଲା। ଏବେ ଏହା ବନ୍ଦ ହୋଇଯାଇଥିବାରୁ ଏହାକୁ ମାସ୍କ ପାଇଁ ଖର୍ଚ୍ଚ କରାଯାଇଛି। ସେହିପରି ସ୍ଥାନୀୟ ଚଣ୍ଡୀଛକ ଫ୍ରେଣ୍ଡସ ଗ୍ରୁପ ପକ୍ଷରୁ ରାଜେନ୍ଦ୍ର ସେନାପତି, ଜି. ପାପା ରାଓ, ଜନାର୍ଦ୍ଦନ ରାଓ, ପ୍ରଦୀପ ପାଣିଗ୍ରାହୀ, ସୁଦର୍ଶନ ପଟ୍ଟନାୟକ, ରମେଶ ଛାଟୋଇ, ମିଥୁନ ସାହୁ, ମହେଶ ତରାଇ ୧.୮୫ ଲକ୍ଷ ଟଙ୍କାର ୧ହଜାରଟି ଏବଂ ବ୍ରହ୍ମପୁରର ଏକ୍ସଓଟିକ୍‌ ସାଇନେଜ ପକ୍ଷରୁ ୧ ଲକ୍ଷ ଟଙ୍କାର ୬୨୫ଟି ଏନ୍‌-୯୫ ମାସ୍କ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri