ଅଙ୍ଗନୱାଡି ସୁପରଭାଇଜର ନେଉଥିଲେ ଲାଞ୍ଚ: ମାଡ଼ିବସିଲା ଭିଜିଲାନ୍ସ

ଫୁଲବାଣୀ/ଗୋଚ୍ଛାପଡା/ଫିରିଙ୍ଗିଆ,୧୬ା୮(ରାକେଶ କୁମାର ରାଉତ/ରୋହିତ କହଁର/ବିମଳ ଦିଗାଲ): ମିନି ଅଙ୍ଗନୱାଡିକୁ ଅଙ୍ଗନୱାଡି କେନ୍ଦ୍ରରେ ପରିଣତ କରାଇବା ପାଇଁ ଲାଞ୍ଚ ନେବା ବେଳେ ଶୁକ୍ରବାର ଜଣେ ଅଙ୍ଗନୱାଡି ସୁପରଭାଇଜରଙ୍କୁ ଫୁଲବାଣୀ ଭିଜିଲାନ୍ସ ବିଭାଗ ଅଧିକାରୀ ଧରିଛନ୍ତି। ସେ ହେଲେ ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ସର୍କଲର ଶୈଳବାଳା ସାହୁ । ତାଙ୍କଠାରୁ ୫ ହଜାର ଟଙ୍କା ଜବତ କରାଯାଇଛି ।

ସୁପରଭାଇଜର ଶୈଳବାଳାଙ୍କ ଅଧୀନରେ ସଲାଗୁଡା, ଗୋଚ୍ଛାପଡା ଏବଂ ପଲାବ୍ରୁଡି ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ର ରହିଛି। ଯେତେ ମିନି କେନ୍ଦ୍ର ରହିଛି ତାହାକୁ ମୁଖ୍ୟ କେନ୍ଦ୍ର କରିଦେବାକୁ ମିଛରେ କହି ମିନି ଅଙ୍ଗନୱାଡି କେନ୍ଦ୍ର କର୍ମୀଙ୍କଠାରୁ ସେ ଅର୍ଥ ଆଦାୟ କରୁଥିଲେ। ସଲାଗୁଡା ପଞ୍ଚାୟତ ମୁର୍ଜା ମିନି ଅଙ୍ଗନୱାଡି କେନ୍ଦ୍ର କିଛି ଦିନ ହେବ ଅପଗ୍ରେଡ ହୋଇ ଅଙ୍ଗନୱାଡି କେନ୍ଦ୍ରରେ ପରିଣତ ହୋଇଛି। ଏହାକୁ ସେ ଦେଇଛନ୍ତି କହି ସୁପରଭାଇଜର ଅଙ୍ଗନୱାଡି କର୍ମୀ ପ୍ରେମଶୀଳା କହଁରଙ୍କୁ ୧୦ ହଜାର ଟଙ୍କା ମାଗିଥିଲେ। ପ୍ରଥମ ପର୍ଯ୍ୟାୟରେ ୫ ହଜାର ଟଙ୍କା ନେଇଥିଲେ। ବାକି ଟଙ୍କା ଦେବା ପାଇଁ ବାରମ୍ବାର ଚାପ ପ୍ରୟୋଗ କରୁଥିଲେ। ଏଥିରେ ଅତିଷ୍ଠ ହୋଇ ପ୍ରେମଶୀଳା ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ।

ଯୋଜନା ମୁତାବକ ଶୁକ୍ରବାର ଫିରିଙ୍ଗିଆ ସମ୍ବନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟରେ ସୁପରଭାଇଜର ଶୈଳବାଳାଙ୍କୁ ପ୍ରେମଶୀଳା ୫୦୦୦ ଟଙ୍କା ଦେଇଥିଲେ। ସେଠାରେ ପ୍ରସ୍ତୁତ ଥିବା ଭିଜିଲାନ୍ସ କର୍ମଚାରୀ ଟଙ୍କା ଜବତ କରିବା ସହ ସୁପରଭାଇଜର ଶୈଳବାଳାଙ୍କୁ ଗିରଫ କରିଥିଲେ। ଏପରିକି ସୁପରଭାଇଜରଙ୍କ ଅଫିସ ସମେତ ଭଡା ଘରେ ମଧ୍ୟ ଯାଞ୍ଚ କରାଯାଉଛି ବୋଲି ଫୁଲବାଣୀ ଭିଜିଲାନ୍ସ ଡିଏସ୍‌ପି ହେମନ୍ତ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଏ ନେଇ ଏକ ମାମଲା(ନଂ.୧୨/୨୪) ମାମଲା ରୁଜୁ ହୋଇଛି ା ଚଢ଼ାଉରେ ଏଏସ୍‌ଆଇ ମନୋଜ କୁମାର ନାୟକଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri