ଅଜଣା ଗାଡ଼ିଧକ୍କାରେ ବ୍ୟକ୍ତିଙ୍କ ଜୀବନ ଗଲା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

କେସିଙ୍ଗା,୨୮।୯: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ନିକଟସ୍ଥ ଜାତୀୟ ରାଜପଥ ୨୯ରେ ଅଜଣାଗାଡ଼ି ଧକ୍କାରେ ନିଳାମ୍ବର ବିଶି (୫୭) ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ମୃତ ନିଳାମ୍ବରଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଗ୍ରାମବାସୀ ଶୁକ୍ରବାର ମୃତଦେହ ରଖି ସକାଳ ୬ଟାରୁ ୧୦ଟା ଯାଏ ଦୀର୍ଘ ୪ ଘଣ୍ଟା ଜାତୀୟ ରାଜପଥ ଅବରୋଧ କରିଥିଲେ । ଫଳରେ ଭବାନୀପାଟଣା-ବଲାଙ୍ଗୀର ମଧ୍ୟରେ ଯାନବାହନ ଚଳାଚଳ ବ୍ୟାହତ ହୋଇଥିଲା। ପରେ କେସିଙ୍ଗା ପୋଲିସ ଓ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି କେସିଙ୍ଗା ଡାକ୍ତରଖାନାକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।
ସୂଚନାଯୋଗ୍ୟ, ନିଳାମ୍ବର ପ୍ରତିଦିନ ପରି ସେଦିନ କେସିଙ୍ଗା ରେଳ ଷ୍ଟେଶନ ପାଖରେ ଥିବା ଏକ ହୋଟେଲରୁ କାମସାରି ବସ୍‌ରେ ଫେରିଥିଲେ। ତେବେ ଜାତୀୟ ରାଜପଥ ପାରି ହୋଇ ଘରକୁ ଯିବା ସମୟରେ ତାଙ୍କୁ ଏକ ଅଜଣାଗାଡ଼ି ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri