ଅଜନା ରୋଗ୍‌ରେ ପୀଡ଼ିତ ଗୟାଧର: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ମା’ବାପ୍‌

 

ପର୍ଲା,୧୪।୧(ଡି.ଏନ୍‌.ଏ.)-
କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)। ସେ ଅନେକ୍‌ ଦିନ୍‌ ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି କରି ଭଗବାନ ଭରସାରେ ଘରେ ପଡ଼ି ରହିଛନ୍‌।
ସୂଚନା ଅନ୍‌ସାରେ ଜୟନ୍ତପୁର ଗଁାର ଧନସିଂ ଲୋହାର(୬୫)କଁର ପରିବାର କହେଲେ ମାଏକିନା ଧନମତି(୫୫), ଦୁଇ ପୁଓ କେଶରୀ(୩୦), ଗୟାଧର(୨୫)କୁଁ ନେଇ ସଁସାର। ପରିବାରଟା ନିହାତି ଗରିବ୍‌। ବାପ୍‌ ପୁଓ ସଭେ ମିଶି ଲୁହୁରା ସାଲେ କାମ୍‌ କରୁଛନ୍‌। ସେଥ୍‌ରୁ ଯାହା କମାନି ହେଉଛେ ପରିବାରର ତେଲ୍‌ନୁନ୍‌ ଚଲୁଛେ। ଘରେ ଅଭାବ ଅନାଟନ ସବୁବେଲେ ଲାଗି ରହିଛେ। ସରକାରୀ ସାହାଯ୍‌ ହିସାବେ ପରିବାରକେ ଫିମାସ ପଁଚେତ୍‌ରୁ ୨୦ କେ.ଜି. ଚାଉଲ ମିଲୁଛେ। ଏନ୍‌ତାଥି ଗଲା ୪ ବଛର ତଲେ ସାନ୍‌ ପୁଓ ଗୟାଧରକଁର ଛାତିରେ ଗୁଟେ ଘା’ ହେଇଥିଲା। ପରିବାର ଲୋକ୍‌ ତାହାକୁ ଆସର ପାସର ଡାକ୍‌ତରଖାନାରେ ଚିକିଛା କରେଇ ନିରାଶ ହେଇଛନ୍‌। ଇଆଡ଼େ ଡାକ୍‌ତରକଁର କହେବାର ହେଲା ଉଚ ଚିକିଛା କଲେ ଗୟାଧରକଁର ରୋଗ୍‌ ଭଲ ହେଇଯିବା। ହେଲେ ଟଁକା ପଏସା ଅଭାବୁ ପରିବାର ଲୋକ୍‌ ଗୟାଧରକଁର ଉଚ ଚିକିଛା କରେଇ ନାଇଁପାରବାର। ଇଆଡ଼େ ଗୟାଧରକଁର ଛାତିର ଘା’ ଦିନୁଦିନ୍‌କେ ଚହଟି ଛାତି ସାରା ହେଇଗଲାନ। ଦରଦ୍‌ରେ ସେ ଅନେକ୍‌ ସମିଆରେ କିଲ୍‌ବିଲେଇ ଯାଉଛନ୍‌। ପରିବାର ପାସେ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ବୀମା କାର୍ଡ ରହିଛେ। ହେଲେ ସେଟା କାମେ ନାଇଁ ଲାଗୁଥିବାର ପରିବାର ଲୋକ୍‌ ଅଭିଯୋଗ କରିଛନ୍‌। ଗଲା ମାସ୍‌କେତେ ତଲେ ପରିବାର ଲୋକ୍‌ ଗୟାଧରକୁଁ ନେଇ ଜିଲା ମୁଖିଆ ଡାକ୍‌ତରଖାନା ଆର ନବରଙ୍ଗପୁର ଡାକ୍‌ତରଖାନାରେ ଚିକିଛା କରେଇଥିଲେ। ହେଲେ ଦିନାକେତେ ଚିକିଛା କରାଲା ଉତାରୁ ଟଁକା ପଏସା ଅଭାବୁ ତାହାକୁ ଘରକେ ଫିରେଇ ଆନ୍‌ଲେ। ପରିବାର ଲୋକ୍‌ ଡାକ୍‌ତରଖାନା କତୁରପକ୍ଷକୁଁ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ବୀମା କାର୍ଡ ଦେଖେଇଥିଲେ ବି କାମେ ନାଇଁଲାଗି ବଲି କହିଛନ୍‌। ଇଆଡ଼େ ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକଁର ଚିକିଛା ସୁବିଧା ଲାଗି ଅନେକ୍‌ ଲାଭ୍‌କାରୀ ଯୋଜନା କାଯ୍‌କାରୀ କରୁଥିଲାବେଲେ ଗୟାଧର ଲେଖେଁ ଝନେ ନିହାତି ଗରିବ୍‌ ପିଲା ଚିକିଛା ସୁବିଧାରୁ ବଁଚିତ୍‌ ହେଇ ରହିଛନ୍‌। ପୁଓର ଚିକିଛା ସାହାଯ୍‌ ଲାଗି ଧନସିଂ ଥାନୀଅ ସରପଁଚ୍‌ ରମଣୀ ଦୁରିଆକୁଁ ଗୁହାରି କରିଛନ୍‌। ସେ ଇ ବାବ୍‌ଦେ ଉପଜିଲାପାଲକଁୁ କହି ରେଡ୍‌କ୍ରସରୁ କିଛା ଟଁକା ପଏସା ସାହାଯ୍‌ ଲାଗି କହିମି ବଲି କଥା ଦେଇଛନ୍‌। ସେନ୍‌ତା ଇ ବାବ୍‌ଦେ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧ୍‌କାରୀ ସଞ୍ଜୀବ କୁମାର ନାଏକକୁଁ ପଚ୍‌ରାଲାରୁ ଯେତେ ଜଲ୍‌ଦି ହେବା ଗୟାଧରକଁର ଉଚ ଚିକିଛା ଲାଗି ବେବସ୍‌ତା କରାଯିବା ବଲି ସେ କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା...

୨୦ ପରେ ସିବିଏସ୍‌ଇ ପରୀକ୍ଷାଫଳ

ଭୁବନେଶ୍ୱର, ୫।୫(ଅସମାପିକା ସାହୁ)କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ।...

ରାଜଧାନୀରୁ ନକଲି ଏନ୍‌ସିଇଆର୍‌ଟି ବହି ଜବତ

ଭୁବନେଶ୍ୱର,୫ା୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀ ଭୁବନେଶ୍ୱରରେ ନକଲି ଏନ୍‌ସିଇଆର୍‌ଟି ବହି ବିକ୍ରି କରୁଥିବା ବୁକ୍‌ ଷ୍ଟୋର ଠାବ ହୋଇଛି। ଏନ୍‌ସିଇଆର୍‌ଟିର ୨ଜଣିଆ ଟିମ୍‌ ଭୁବନେଶ୍ୱର ପୋଲିସ ସହାୟତାରେ ସହରର...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…

ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri