ଅଜନା ରୋଗ୍‌ରେ ପୀଡ଼ିତ ଗୟାଧର: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ମା’ବାପ୍‌

 

ପର୍ଲା,୧୪।୧(ଡି.ଏନ୍‌.ଏ.)-
କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)। ସେ ଅନେକ୍‌ ଦିନ୍‌ ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି କରି ଭଗବାନ ଭରସାରେ ଘରେ ପଡ଼ି ରହିଛନ୍‌।
ସୂଚନା ଅନ୍‌ସାରେ ଜୟନ୍ତପୁର ଗଁାର ଧନସିଂ ଲୋହାର(୬୫)କଁର ପରିବାର କହେଲେ ମାଏକିନା ଧନମତି(୫୫), ଦୁଇ ପୁଓ କେଶରୀ(୩୦), ଗୟାଧର(୨୫)କୁଁ ନେଇ ସଁସାର। ପରିବାରଟା ନିହାତି ଗରିବ୍‌। ବାପ୍‌ ପୁଓ ସଭେ ମିଶି ଲୁହୁରା ସାଲେ କାମ୍‌ କରୁଛନ୍‌। ସେଥ୍‌ରୁ ଯାହା କମାନି ହେଉଛେ ପରିବାରର ତେଲ୍‌ନୁନ୍‌ ଚଲୁଛେ। ଘରେ ଅଭାବ ଅନାଟନ ସବୁବେଲେ ଲାଗି ରହିଛେ। ସରକାରୀ ସାହାଯ୍‌ ହିସାବେ ପରିବାରକେ ଫିମାସ ପଁଚେତ୍‌ରୁ ୨୦ କେ.ଜି. ଚାଉଲ ମିଲୁଛେ। ଏନ୍‌ତାଥି ଗଲା ୪ ବଛର ତଲେ ସାନ୍‌ ପୁଓ ଗୟାଧରକଁର ଛାତିରେ ଗୁଟେ ଘା’ ହେଇଥିଲା। ପରିବାର ଲୋକ୍‌ ତାହାକୁ ଆସର ପାସର ଡାକ୍‌ତରଖାନାରେ ଚିକିଛା କରେଇ ନିରାଶ ହେଇଛନ୍‌। ଇଆଡ଼େ ଡାକ୍‌ତରକଁର କହେବାର ହେଲା ଉଚ ଚିକିଛା କଲେ ଗୟାଧରକଁର ରୋଗ୍‌ ଭଲ ହେଇଯିବା। ହେଲେ ଟଁକା ପଏସା ଅଭାବୁ ପରିବାର ଲୋକ୍‌ ଗୟାଧରକଁର ଉଚ ଚିକିଛା କରେଇ ନାଇଁପାରବାର। ଇଆଡ଼େ ଗୟାଧରକଁର ଛାତିର ଘା’ ଦିନୁଦିନ୍‌କେ ଚହଟି ଛାତି ସାରା ହେଇଗଲାନ। ଦରଦ୍‌ରେ ସେ ଅନେକ୍‌ ସମିଆରେ କିଲ୍‌ବିଲେଇ ଯାଉଛନ୍‌। ପରିବାର ପାସେ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ବୀମା କାର୍ଡ ରହିଛେ। ହେଲେ ସେଟା କାମେ ନାଇଁ ଲାଗୁଥିବାର ପରିବାର ଲୋକ୍‌ ଅଭିଯୋଗ କରିଛନ୍‌। ଗଲା ମାସ୍‌କେତେ ତଲେ ପରିବାର ଲୋକ୍‌ ଗୟାଧରକୁଁ ନେଇ ଜିଲା ମୁଖିଆ ଡାକ୍‌ତରଖାନା ଆର ନବରଙ୍ଗପୁର ଡାକ୍‌ତରଖାନାରେ ଚିକିଛା କରେଇଥିଲେ। ହେଲେ ଦିନାକେତେ ଚିକିଛା କରାଲା ଉତାରୁ ଟଁକା ପଏସା ଅଭାବୁ ତାହାକୁ ଘରକେ ଫିରେଇ ଆନ୍‌ଲେ। ପରିବାର ଲୋକ୍‌ ଡାକ୍‌ତରଖାନା କତୁରପକ୍ଷକୁଁ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ବୀମା କାର୍ଡ ଦେଖେଇଥିଲେ ବି କାମେ ନାଇଁଲାଗି ବଲି କହିଛନ୍‌। ଇଆଡ଼େ ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକଁର ଚିକିଛା ସୁବିଧା ଲାଗି ଅନେକ୍‌ ଲାଭ୍‌କାରୀ ଯୋଜନା କାଯ୍‌କାରୀ କରୁଥିଲାବେଲେ ଗୟାଧର ଲେଖେଁ ଝନେ ନିହାତି ଗରିବ୍‌ ପିଲା ଚିକିଛା ସୁବିଧାରୁ ବଁଚିତ୍‌ ହେଇ ରହିଛନ୍‌। ପୁଓର ଚିକିଛା ସାହାଯ୍‌ ଲାଗି ଧନସିଂ ଥାନୀଅ ସରପଁଚ୍‌ ରମଣୀ ଦୁରିଆକୁଁ ଗୁହାରି କରିଛନ୍‌। ସେ ଇ ବାବ୍‌ଦେ ଉପଜିଲାପାଲକଁୁ କହି ରେଡ୍‌କ୍ରସରୁ କିଛା ଟଁକା ପଏସା ସାହାଯ୍‌ ଲାଗି କହିମି ବଲି କଥା ଦେଇଛନ୍‌। ସେନ୍‌ତା ଇ ବାବ୍‌ଦେ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧ୍‌କାରୀ ସଞ୍ଜୀବ କୁମାର ନାଏକକୁଁ ପଚ୍‌ରାଲାରୁ ଯେତେ ଜଲ୍‌ଦି ହେବା ଗୟାଧରକଁର ଉଚ ଚିକିଛା ଲାଗି ବେବସ୍‌ତା କରାଯିବା ବଲି ସେ କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri