Posted inଜାତୀୟ

ଅଜିତ ହେବେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ, ୨୫ା୧୨: ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ପୁତୁରା ଅଜିତ୍‌ ଆଗାମୀ ୩୦ରେ ଶପଥଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସମସ୍ତଙ୍କୁ ଚମକାଇ ଦେବେନ୍ଦ୍ର ଫଡ୍‌ନବିସ୍‌ ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଥିଲେ। ମାତ୍ର ୮୦ ଘଣ୍ଟା ପରେ ସେ ଭାଜପା ନେତୃତ୍ୱାଧୀନ ସରକାରରୁ ଫେରିଆସି ଶିବସେନା-କଂଗ୍ରେସ-ଏନ୍‌ସିପି ମେଣ୍ଟରେ ଯୋଗ ଦେଇଥିଲେ। ଶିବସେନା ନେତା ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ପ୍ରାୟ ମାସକ ପରେ ଅଜିତ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଓ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ମଧ୍ୟରେ ଏନେଇ ଆଲୋଚନା କରାଯିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ପ୍ରକାଶ। ପ୍ରକାଶଥାଉ କି, ୨୦୧୪ ପୂର୍ବରୁ କଂଗ୍ରେସ-ଏନ୍‌ସିପି ମେଣ୍ଟ ସରକାରରେ ମଧ୍ୟ ଅଜିତ୍‌ ପାଓ୍ବାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri