ଅଟକିଯାଇନି ରଥ କାମ: ମହାରଣା ସେବକଙ୍କ ବିଶ୍ୱାସ ‘ମହାପ୍ରଭୁ ଚାହିଁଲେ ସବୁକିଛି ଓଲଟପାଲଟ ହୋଇଯିବ’

ପୁରୀ ଅଫିସ,୧୯ା୬: ଚଳିତବର୍ଷ ରଥଯାତ୍ରା ବନ୍ଦ ରହିବ ବୋଲି ସୁପ୍ରିମ୍‌କୋର୍ଟ ରାୟ ଶୁଣାଇଛନ୍ତି। ହେଲେ ଏହି ରାୟ ପରେ ବିଭିନ୍ନ ମହଲରେ କ୍ଷୋଭ ସୃଷ୍ଟି ହୋଇଛି । ବଡ଼ଦାଣ୍ଡରେ ଗଡ଼ିବନି ମହାପ୍ରଭୁଙ୍କ ରଥ ଏହାକୁ କେହି ଗ୍ରହଣ କରିପାରୁ ନାହାନ୍ତି । ତଥାପି ଏଭଳି ନିଷ୍ପତ୍ତି ପରେ ବି ରଥଖଳାରେ ଅଟକି ଯାଇ ନ ଥିଲା ରଥ କାମ। ଅଳ୍ପକିଛି ଯାହା କାମ ବାକି ରହିଥିଲା ତାହାକୁ ରଥ ନିର୍ମାଣ ସମ୍ପୃକ୍ତ ସେବକ ଜାରି ରଖିଥିବା ଦେଖିବାକୁ ମିଳିଥିଲା । ଶୁକ୍ରବାର ତିନିରଥର ପ୍ରଭା ଉଠିଥିବା ବେଳେ ପ୍ରତି ରଥର ଘୋଡାଗୁଡ଼ିଙ୍କୁ ରଙ୍ଗ ଦିଆଯାଇଥିଲା। ସେହିଭଳି ଶନିବାର ତିନି ରଥର ଦୁଆରବେଢ଼ାରେ କପଡ଼ା ପକାଯାଉଛି।

ଅପରପକ୍ଷେ ରଥଯାତ୍ରା ବନ୍ଦ ନିଷ୍ପତ୍ତିକୁ ନେଇ କୋହ ସମ୍ଭାଳି ପାରି ନ ଥିଲେ ମହାରଣା ସେବକ । ତାଳଧ୍ୱଜ ରଥର ମୁଖ୍ୟ ମହାରଣା ସେବକ ନରସିଂହ ମହାପାତ୍ର କାନ୍ଦି ପକାଉଥିବା ଦେଖିବାକୁ ମିଳିଥିଲା। ତେବେ କୌଣସି ଅଘଟଣ ଆଶଙ୍କା କରି ଶୁକ୍ରବାର ଶ୍ରୀମନ୍ଦିର ପୋଲିସ କାର୍ଯ୍ୟାଳୟକୁ ଜଗି ରହିଥିଲା। ଅଶ୍ୱକୁ ରଙ୍ଗ ଦେଉଥିବା ଚିତ୍ରକର ସେବକ ଚନ୍ଦ୍ରଶେଖର ମହାରଣା କହିଥିଲେ, ସଂସାର ରଥକୁ ମହାପ୍ରଭୁ ଆଗକୁ ବଢାଉଛନ୍ତି । କେତେବେଳ କଣ ହୋଇଯିବ ଆମେ ଜାଣିପାରିବା ନାହିଁ । ମହାପ୍ରଭୁ ଚାହିଁଲେ ସବୁ କିଛି ଓଲଟପାଲଟ ହୋଇଯିବ । ସେମିତି ବିଶ୍ୱାସ ବି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri