ଅଟୋ ଓଲଟି ଜଣେ ମୃତ: ୨ ଗୁରୁତର

ଚାନ୍ଦବାଲି,୧୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ମତୋ-ନାନ୍ଦପୁର ପ୍ରଧାନମନ୍ତ୍ରୀ ଗ୍ରାମସଡ଼କର କରାଣ୍ଡିମାଳ ଛକ ନିକଟରେ ସୋମବାର ରାତିରେ ଏକ ଯାତ୍ରିବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଟୋ ଓଲଟି ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ମାଧପୁର କଣ୍ଡିଆସାହି ଗ୍ରାମର ମହେଶ୍ୱର ଦାସ(୫୫) ଏବଂ ଗୁରୁତରଦ୍ୱୟ ଗୟାଧର ଦାସ(୫୦) ଓ ଅମର ଦାସ ବୋଲି ଜଣାପଡ଼ିଛି।
ସୂଚନା ଅନୁସାରେ, ଅଟୋଟି ରାତି ୯ଟା ବେଳେ ପ୍ରାୟ ୧୦ଜଣ ଯାତ୍ରୀଙ୍କୁ ନେଇ ମତୋ ବଜାରରୁ ମାଧପୁର ଅଭିମୁଖେ ଫେରୁଥିଲା। ପାଣି ପାଇପ୍‌ ଲାଇନ ବିଛା ହେବାକୁ ରାସ୍ତାକଡ଼ରେ ଖୋଳାହୋଇ ଜମା ହୋଇଥିବା ମାଟି ଉପରକୁ ଗାଡ଼ି ମାଡ଼ି ଯାଇଥିଲା। ଫଳରେ ଗାଡ଼ି ରାସ୍ତାର ଡାହାଣପାର୍ଶ୍ୱକୁ ଖସିଯାଇ ଏକ ଗଛରେ ପିଟି ହୋଇଥିଲା। ଖବର ପାଇ ମତୋ ଫାଣ୍ଡି, ଚାନ୍ଦବାଲି ଥାନା ପୋଲିସ, ଆମ୍ବୁଲାନ୍ସ ଓ ଦମକଳ ବାହିନୀ ଦୁର୍ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ଚାନ୍ଦବାଲି ଡାକ୍ତରଖାନାକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri