ଅଟୋ-କାର ଧକ୍କା: ଜଣେ ମୃତ, ୧୫ ଆହତ

ଢେଙ୍କିକୋଟ,୨୭ା୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ ବରବେଡ଼ା ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଗୋଟିଏ କାର ଅଟୋକୁ ଧକ୍କା ଦେବା ଫଳରେ ଅଟୋଟି ଜାତୀୟ ରାଜପଥରୁ ୩୦ ଫୁଟ ତଳକୁ ଖସିପଡ଼ିଛି। ଅଟୋରେ ଥିବା ୧୫ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦାଶ ମୁଣ୍ଡା । ଗୁରୁତର ହେଲେ ପ୍ରମିଳା ନାଏକ, ଫୁଲରୀ ନାଏକ, ଲବଣୀ ନାଏକ, ସୁକୁମାରୀ ନାଏକ, ଗୁରୁଚରଣ ନାଏକ, ଗୀତାଞ୍ଜଳି ମହାନ୍ତ, ସୁକାନ୍ତି ନାଏକ, ଶୁଭଶ୍ରୀ ନାଏକ, ବିକାଶ ମହାନ୍ତ, ସସ୍ମିତା ମହାନ୍ତ, ସମ୍ବିତ ନାଏକ, ମଙ୍ଗଳ ନାଏକ, ଶୁଭି ନାଏକ, ବୁଲୁରି ନାଏକ, ଶିବ ନାଏକ।
ସୂଚନାଯୋଗ୍ୟ, ସଦର ବ୍ଲକ କାଠବାରୀ ପଞ୍ଚାୟତ କାଠବାରୀ ଗ୍ରାମ ବାହାଡ଼ା ବାହାଳି ସାହିର ସୁରେଶ ନାଏକ ତାଙ୍କ ଶିଶୁକନ୍ୟାର ଚୁଟି ପକାଇବା ପାଇଁ ଘଟଗାଁ ତାରିଣୀଙ୍କ ପାଖକୁ ବନ୍ଧୁବାନ୍ଧବଙ୍କ ସହ ୨ଟି ଅଟୋରିକ୍ସା ଯୋଗେ ଯାଇଥିଲେ। ଚୁଟିପକା କାର୍ଯ୍ୟ ସାରି ଅପରାହ୍ନରେ ଘରକୁ ଫେରୁଥିବା ସମୟରେ ଏକ ମାରୁତି କାର୍‌ (ନଂ. ଓଡି ୦୨ଏଏସ୍‌-୫୧୨୯) ଦ୍ରୁତଗତିରେ ଆସି ପଛପଟୁ ଧକ୍କା ଦେଇଥିଲା। ଫଳରେ ଅଟୋଟି ରାସ୍ତାପାର୍ଶ୍ୱରେ ୩୦ ଫୁଟ ତଳକୁ ଛିଟିକି ପଡ଼ିଥିଲା। ଖବର ପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ା ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଅଟୋରେ ଥିବା ସମସ୍ତ ୧୬ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଡାକ୍ତରଖାନାକୁ ପଠାଇଥିଲେ। ମାତ୍ର ସେଠାରେ ଚିକିତ୍ସିତ ଅବସ୍ଥାରେ ଦାଶ ମୁଣ୍ଡା(୫୦)ଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୧୫ ଜଣ ଚିକିତ୍ସିତ ହେଉଛନ୍ତି। ଏ ନେଇ ଘଟଗାଁ ଥାନାରେ ଏକ ଦୁର୍ଘଟଣାଜନିତ ମାମଲା ରୁଜୁ କରାଯାଇଛି। ଢେଙ୍କିକୋଟ ଫାଣ୍ଡି ପୋଲିସ ଉଭୟ କାର୍‌ ଓ ଅଟୋକୁ ଜବତ କରି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri