ଅଟୋ ଚଳାଇବେ, ପେଟ୍ରୋଲ ପମ୍ପରେ ରହିବେ ମହିଳା

ଛତ୍ରପୁର,୨୫ା୭(ଡି.ଏନ.ଏ.) – ଗଞ୍ଜାମ ଜିଲାରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆହୁରି କ୍ରିୟାଶୀଳ କରିବା ସହ ମହିଳା ସଂଘ ସଦସ୍ୟାମାନଙ୍କୁ ଆମତ୍ନିର୍ଭରଶୀଳ କରାଯିବ। ବୁଧବାର ଏ ନେଇ ଛତ୍ରପୁରସ୍ଥିତ ଡିଆରଡିଏ ସମ୍ମିଳନୀ ଗୃହରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଚାଷୀଙ୍କଠାରୁ ଧାନ କିଣିବା, ବିଦ୍ୟୁତ୍‌ ଗ୍ରାହକଙ୍କଠାରୁ ବିଲ୍‌ ଆଦାୟ କରିବାରେ ମହିଳା ସଂଘ ସଦସ୍ୟମାନେ ସାମିଲ ଅଛନ୍ତି। ଜିଲାର ୨୨୦ ମହିଳା ସଂଘକୁ ବିଦ୍ୟୁତ ବିଲ୍‌ ସଂଗ୍ରହ କରିବାକୁ ଦାୟିତ୍ୱ ଦିଆଯାଇଛି। ଛତ୍ରପୁର ବ୍ଲକର ମହିଳା ସଂଘ ଗୋଲାପ ଚାଷ କରୁଛି, ଯାହାକି ଓଡିଶାରେ ପ୍ରଥମ ବୋଲି ଜିଲାପାଳ କହିଥିଲେ। ମହିଳା ସଂଘ ସଦସ୍ୟମାନଙ୍କୁ ଆହୁରି ବିଭିନ୍ନ କାର୍ଯ୍ୟରେ ସାମିଲ କରି ସେମାନଙ୍କ ନିଯୁକ୍ତି ବ୍ୟବସ୍ଥା ନେଇ ବିଭିନ୍ନ ବିଭାଗ ପ୍ଲାନ୍‌ ପ୍ରସ୍ତୁତ କରି ୭ ଦିନ ମଧ୍ୟରେ ଦେବାକୁ ଜିଲାପାଳ ବୈଠକରେ କହିଥିଲେ। ମହିଳା ସଂଘର ସଦସ୍ୟାମାନେ ଅଟୋ ଓ କାର୍‌ ଚଳାଇବାଠାରୁ ଆରମ୍ଭ କରି ପେଟ୍ରୋଲ ପମ୍ପରେ ତେଲ ଦେବା, ଓଏସ୍‌ଆରଟିସି ବସ୍‌ରେ କଣ୍ଡକ୍ଟର, ମହମବତୀ ଓ ଧୂପକାଠି ପ୍ରସ୍ତୁତି, ବିଭିନ୍ନ ହସ୍ତଶିଳ୍ପରେ ନିୟୋଜିତ ହେବେ। ଏନେଇ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜିଲାପାଳ କହିଛନ୍ତି। ବୈଠକରେ ଡିଆରଡିଏ ଏପିଡି ଦେବବ୍ରତ ସାହୁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ ପାଣିଗ୍ରାହୀ, ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ, ଡିପିଏମ୍‌ ଶ୍ୟାମ ସୁନ୍ଦର ତ୍ରିପାଠୀଙ୍କ ସମେତ ସିଡିପିଓମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri