ଅଟୋ-ବାଇକ ମୁହାଁମୁହିଁ ଧକ୍କା : ବାଇକ୍‌ଚାଳକ ଗୁରୁତର

ପାଟଣା,୧୭ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ ପାଟଣା – କରଞ୍ଜିଆ ରାସ୍ତାର ସରସ୍ବତୀପଡ଼ା ଛକ ନିକଟରେ ଏକ ଅଟୋ ସହ ବାଇକର ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକ ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଜଣକ ହେଉଛନ୍ତି ସରସ୍ବତୀପଡ଼ା ଗ୍ରାମର ମହେନ୍ଦ୍ର ମହାନ୍ତଙ୍କ ପୁଅ ନରହରି(୩୬)। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ନରହରି ବାଇକ୍‌ରେ ଘରୁ ଖଜୁରୀଡିହା ଛକକୁ ଆସୁଥିବାବେଳେ ପାଟଣା ଆଡୁ ମୂଷାପଡ଼ା ଅଞ୍ଚଳରୁ ଜଣେ ପ୍ରସୂତିଙ୍କୁ ନେଇ ଏକ ଅଟୋ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ଯାଉଥିବାବେଳେ ମୁହାଁମୁହିଁ ଧକ୍କା ହୋଇଥିଲା। ପ୍ରସୂତିଙ୍କୁ ଅନ୍ୟ ଏକ ଗାଡ଼ି ସହାୟତାରେ କରଞ୍ଜିଆ ପଠାଇ ଅଟୋଚାଳକ ବଳରାମ ବେହେରା ଗୁରୁତର ନରହରିଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଘଟଣାସ୍ଥଳରେ ପାଟଣା ପୋଲିସ ପକ୍ଷରୁ ସୁରେନ୍ଦ୍ରନାଥ ବିଶୋଇ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ ଓ ଅଟୋକୁ ଜବତ କରି ତଦନ୍ତ ଜାରି ରଖିଛନ୍ତି। ଅଟୋଚାଳକ ବଳରାମ ବେହେରା ଥାନାରେ ଅଟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?