ଅଟୋ ସେକ୍ଟର ପାଇଁ ପ୍ୟାକେଜ ଅପର୍ଯ୍ୟାପ୍ତ:ଫିଚ୍‌

ନୂଆଦିଲ୍ଲୀ,୩୦-୮: ଅଟୋ ସେକ୍ଟରକୁ ଗତିଶୀଳ କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଦ୍ୱାରା ଗତ ସପ୍ତାହରେ ଘୋଷିତ ପ୍ରୋତ୍ସାହନ ପ୍ୟାକେଜ ପର୍ଯ୍ୟାପ୍ତ ନୁହେଁ। ଘୋଷିତ ପ୍ୟାକେଜ ଆବଶ୍ୟକତା ଦୃଷ୍ଟିରୁ ଅତ୍ୟନ୍ତ ନଗଣ୍ୟ ଏବଂ ବିଳମ୍ବରେ ଉଠାଯାଇଥିବା ପଦକ୍ଷେପ ବୋଲି ରେଟିଂ ଏଜେନ୍ସି ଫିଚ୍‌ ସଲ୍ୟୁଶନ୍ସ ମାକ୍ରୋ ରିସର୍ଚ୍ଚରେ କୁହାଯାଇଛି। ଗୁରୁବାର ପ୍ରକାଶିତ ଏହି ରିସର୍ଚ୍ଚ ରିପୋର୍ଟରେ କୁହାଯାଇଛି ଯେ, ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ହାର ହ୍ରାସ ସହ ପୁରୁଣା ଗାଡ଼ିକୁ ରଦ୍ଦି ଭାବେ ଘୋଷଣା ନିୟମ ଭଳି ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ସୂଚନାଥାଉ କି, ଅର୍ଥମନ୍ତ୍ରୀ ସୀତାରାମନ୍‌ ଗତ ୨୩ରେ ଅଟୋ ସେକ୍ଟର ଲାଗି କେତେକ ପ୍ୟାକେଜ ଘୋଷଣା କରିଛନ୍ତି। ଫିଚ୍‌ ପକ୍ଷରୁ କୁହାଯାଇଛି ଯେ, ୨୦୧୮-୧୯ରେ ଆସିଥିବା ମାନ୍ଦାବସ୍ଥାକୁ ଦୂରେଇବା ଲାଗି ଅଟୋ ସେକ୍ଟର ପାଇଁ ଅତ୍ୟନ୍ତ ନଗଣ୍ୟ ଘୋଷଣା କରାଯାଇଛି। ସରକାର ପ୍ରୋତ୍ସାହନ ପ୍ୟାକେଜ ଘୋଷଣା କରିବାରେ ବିଳମ୍ବ କରିଦେଲେ। କାରଣ ଅଟୋ ସେକ୍ଟରରେ ମାନ୍ଦାବସ୍ଥା ବହୁ ଦୂର ପର୍ଯ୍ୟନ୍ତ ମାଡି ଯାଇଛି। ଏବେ ଏହାକୁ ରୋକିବା ଅସମ୍ଭବ। ତେବେ ଫିଚ୍‌ ସଲ୍ୟୁଶନ୍ସ ପକ୍ଷରୁ କୁହାଯାଇଛି ଯେ, ନିର୍ମଳାଙ୍କ ପ୍ୟାକେଜ ଘୋଷଣାରୁ ଏହା ଦର୍ଶାଉଛି ଯେ,ସରକାର ଅଟୋ ସେକ୍ଟରରେ ହସ୍ତକ୍ଷେପ କରିବାକୁ ପ୍ରସ୍ତୁତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri