ଅଟୋ ସେକ୍ଟରରେ ଚାକିରି ହରାଇଲେ ୨ଲକ୍ଷ

ନୂଆଦିଲ୍ଲୀ,୫-୮: ଦେଶରେ ମାନ୍ଦାବସ୍ଥା ମାଡି ଆସୁଛି। ଏହାର ସବୁଠୁ ବେଶି ପ୍ରଭାବ ଅଟୋ ସେକ୍ଟର ଉପରେ ପଡିଛି। କାର୍‌, ବାଇକ ବିକ୍ରି ହ୍ରାସ ପାଇବା କାରଣରୁ ସାରା ଦେଶରେ ଅଟୋ ଡିଲର ନିଜର କର୍ମଚାରୀ ସଂଖ୍ୟା କମାଇବାରେ ଲାଗିପଡିଛନ୍ତି। ଉଦ୍ୟୋଗ ସଂଗଠନ ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ(ଫାଡା) ପକ୍ଷରୁ କୁହାଯାଇଛି ଯେ,ଗତ ୩ ମାସ ହେବ ଗାଡ଼ି ବିକ୍ରି ହ୍ରାସ ପାଇ ଚାଲିଛି। ଏହି କାରଣରୁ ଡିଲରମାନେ ଏହି ସମୟ ମଧ୍ୟରେ ପ୍ରାୟ ୨ ଲକ୍ଷ କର୍ମଚାରୀଙ୍‌କୁ ଛଟେଇ କରିସାରିଲେଣି। ନିକଟ ଭବିଷ୍ୟତରେ ସ୍ଥିତିରେ ସୁଧାର ହେବାର ସମ୍ଭାବନା ନାହିଁ। ଏହି କାରଣରୁ ସୋ’ରୁମ୍‌ ସବୁ ବନ୍ଦ ହେବାରେ ଲାଗିଛି। ଏହି କାରଣରୁ ଛଟେଇ ପ୍ରକ୍ରିୟା ଜାରି ରହିବାର ସମ୍ଭାବନା ରହିଛି। ଚଳିତ ଆର୍ଥିକ ବର୍ଷ ଏପ୍ରିଲ-ଜୁନ ତ୍ରୈମାସରେ ସମସ୍ତ ସେଗମେଣ୍ଟରେ ଗାଡ଼ି ବିକ୍ରି ୧୨.୩୫% ହ୍ରାସ ପାଇ ୬୦,୮୫,୪୦୬ ଯୁନିଟ ହୋଇଛି। ଫାଡା ଅଧ୍ୟକ୍ଷ ଆଶୀଷ ହର୍ଷରାଜ କାଲେ କହିଛନ୍ତି ଯେ, ସାରା ଦେଶରେ ୧୫ ହଜାର ଡିଲର ଦ୍ୱାରା ପରିଚାଳିତ ୨୬ ହଜାର ଗାଡ଼ି ସୋ’ରୁମ୍‌ରେ ପ୍ରାୟ ୨୫ ଲକ୍ଷ ଲୋକଙ୍କୁ ପ୍ରତ୍ୟକ୍ଷ ରୂପରେ ଚାକିରି ମିଳିଛି। ସେହିପରି ସମସଂଖ୍ୟକ ଲୋକ ଅପ୍ରତ୍ୟକ୍ଷ ରୂପେ ରୋଜଗାର ପାଉଛନ୍ତି। ଚଳିତ ବର୍ଷ ଏପ୍ରିଲ ସୁଦ୍ଧା ୧୮ ମାସ ମଧ୍ୟରେ ଦେଶରେ ୨୭୧ ସହରରେ ୨୮୬ ଗାଡି ସୋ’ରୁମ୍‌ ବନ୍ଦ ହୋଇଗଲାଣି। ଫଳରେ ୩୨ ହଜାର ଲୋକ ନିଯୁକ୍ତି ହରାଇଛନ୍ତି। ଏଥିସହିତ ଅତିରିକ୍ତ ଭାବେ ୨ ଲକ୍ଷ ଲୋକଙ୍କୁ ଚାକିରିରୁ ବିଦା କରାଯାଇଛି ବୋଲି କାଲେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?