ଅଣଛାତ୍ରଙ୍କୁ ଚିହ୍ନଟ ପାଇଁ ପଦକ୍ଷେପ: କଲେଜ ମୁଖ୍ୟ ଫାଟକରେ ଲାଗିବ ସିସି କ୍ୟାମେରା

ଖଣ୍ଡପଡା,୧୮।୮(ସ୍ବ.ପ୍ର.)-କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ବିଭିନ୍ନ ସମୟରେ ସ୍ଥାନୀୟ ଅଞ୍ଚଳର କେତେକ ଅଣଛାତ୍ର ପ୍ରବେଶ କରି ନାନା ବିଶୃଙ୍ଖଳା ସୃଷ୍ଟି କରିଥାନ୍ତି । ଫଳରେ ମହାବିଦ୍ୟାଳୟର ଶୈକ୍ଷିକ ବାତାବରଣରେ ବାଧା ସୃଷ୍ଟି ହେଉଛି। ବିଶୃଙ୍ଖଳିତ ଅଣଛାତ୍ରଙ୍କୁ ଚିହ୍ନଟ ସହିତ ସେମାନଙ୍କ ବିରୁଦ୍ଧରେ ଆଇନଗତ ପଦକ୍ଷେପ ଗ୍ରହଣ କରିବା ଲକ୍ଷ୍ୟରେ କଲେଜ ମୁଖ୍ୟ ଫାଟକ ସମ୍ମୁଖରେ ସିସି କ୍ୟାମେରା ଲଗାଯିବା ପାଇଁ ଶୁକ୍ରବାର ଆୟୋଜିତ କଲେଜ ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। କଲେଜ ସଭାଗୃହରେ ପରିଚାଳନା କମିଟି ସଭାପତି ତଥା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଲେଜର ଶିକ୍ଷାଦାନ ବ୍ୟବସ୍ଥାକୁ ଶୃଙ୍ଖଳିତ କରାଯିବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା । ବିଶେଷ କରି କଲେଜ ପରିସରରେ ସାଇକେଲ ଷ୍ଟାଣ୍ଡ ନିର୍ମାଣ ଓ ହତାବାଡ ନିର୍ମାଣରେ ଅଭିଯୋଗ ହୋଇଥିବା ଦୁର୍ନୀତି ସମ୍ପର୍କରେ ସବ୍‌ କମିଟି ଉପସ୍ଥାପିତ କରିଥିବା ରିପୋର୍ଟକୁ ସଭ୍ୟମାନେ ଉପସ୍ଥାପନ କରିଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟଙ୍କ ରିପୋର୍ଟ ଅନୁସାରେ ନୀତି ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ କଲେଜ ଅଧ୍ୟକ୍ଷ ସୁକାନ୍ତ କୁମାର ନାୟକଙ୍କୁ ପରାମର୍ଶ ଦିଆଯାଇଥିଲା । ଆବଶ୍ୟକୀୟ ଷ୍ଟାଫ୍‌ ନିଯୁକ୍ତି ପାଇଁ ହୋଇଥିବା ସାକ୍ଷାତ୍‌କାର ରିପୋର୍ଟକୁ ଗ୍ରହଣ କରାଯାଇ ଯୋଗ୍ୟ ବିବେଚିତ ଆବେଦନକାରୀଙ୍କୁ ନିଯୁକ୍ତି ଦିଆଯିବା ପାଇଁ ସ୍ଥିର କରାଯାଇଥିଲା । ଏହାବ୍ୟତୀତ ଚଳିତ ବର୍ଷ ପାଇଁ +୨ ଓ ଡିଗ୍ରୀ ଶ୍ରେଣୀ ପାଇଁ ଆୟବ୍ୟୟ ଅଟକଳ ଗୃହୀତ କରାଯାଇଥିଲା ।
ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା କଣ୍ଟିଲୋ ମହାବିଦ୍ୟାଳୟରେ କେତେଜଣ ଅଧ୍ୟାପକ ନିୟମିତ ଭାବେ କଲେଜକୁ ବିଳମ୍ବରେ ଆସୁଥିବା ବେଳେ ଶିକ୍ଷାଦାନରେ ଅବହେଳା ପ୍ରଦର୍ଶନ କରୁଥିବା ନେଇ ଆଲୋଚନା କରାଯାଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ଆଲୋଚନା ହୋଇଥିଲା। ଏହା ବ୍ୟତୀତ ଚଳିତ ବର୍ଷ ପାଇଁ +୨ ଓ ଡିଗ୍ରୀ ଶ୍ରେଣୀ ପାଇଁ ଆୟବ୍ୟୟ ଅଟକଳ ଗୃହୀତ କରାଯାଇଥିଲା ା କଲେଜ ଅଧ୍ୟକ୍ଷ ନାୟକ ଉକ୍ତ ବୈଠକକୁ ସଂଯୋଜନା କରିଥିବା ବେଳେ ଉପାଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ଦାଶ ଧନ୍ୟବାଦ ଦେଇଥିଲେ । ଆଲୋଚନାରେ ଅନ୍ୟତମ ସଭ୍ୟ ଅଖିଳ କୁମାର ମହାରଣା, ଈଶ୍ୱର ଚନ୍ଦ୍ର ମିଶ୍ର,ଉଜ୍ଜ୍ୱଳ ମହାରଣା, ଭିକାରୀ ମହମ୍ମଦ, ପ୍ରଦୀପ କୁମାର କର, ପ୍ରଭାକର ଶିରୋମଣି ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?