ବାଲିଗୁଡ଼ା,୨୨।୬(ଡି.ଏନ୍.ଏ.): ଦେବସ୍ନାନ ପୂର୍ଣ୍ଣିମା ପରଠାରୁ ଚତୁର୍ଦ୍ଧା ବିଗ୍ରହଙ୍କୁ ଗତ ୧୭ ତାରିଖଠାରୁ ଅଣସର ଘରେ ରଖାଯାଇଛି। ଅତ୍ୟଧିକ ସ୍ନାନ ଯୋଗୁ ବିଗ୍ରହମାନେ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଅସୁସ୍ଥ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ଲାଗି ସେବାୟତମାନେ ଅଣସର ଘରେ ଗୁପ୍ତ ସେବାକାର୍ଯ୍ୟ ଜାରି ରଖିଛନ୍ତି। ଠାକୁର ୧୫ ଦିନ ଅଣସର ଘରେ ରହିବା ଯୋଗୁ ଶ୍ରଦ୍ଧାଳୁମାନେ ଦର୍ଶନ କରିପାରିବେ ନାହିଁ । ଏହି ସମୟରେ ସେମାନେ ପଟିଦିଅଁଙ୍କୁ ପୂଜା କରିବେ।
ଏ ନେଇ ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରରେ ଶ୍ରଦ୍ଧାଳୁମାନେ ପଟିଦିଅଁଙ୍କୁ ପୂଜାର୍ଚ୍ଚନା କରୁଛନ୍ତି। ଅସୁସ୍ଥ ଠାକୁରଙ୍କ ସେବାରେ ଯେପରି ବ୍ୟାଘାତ ନ ହେବ, ସେନେଇ ଜଗନ୍ନାଥ ମନ୍ଦିରରେ ଯଥାସମ୍ଭବ ନୀରବତା ରକ୍ଷା କରାଯାଉଛି। ଅସୁସ୍ଥ ହୋଇ ଅଣସର ଘରେ ଥିବା ଠାକୁରଙ୍କ ପାଖରେ କେବଳ ଫଳମୂଳ ଭୋଗ କରାଯାଉଛି। ମହାପ୍ରଭୁଙ୍କ ସେବକମାନେ ଅଣସର ଘରେ ଅତ୍ୟନ୍ତ ନିଷ୍ଠାର ସହ ସେବାକାର୍ଯ୍ୟ ଜାରି ରଖିଛନ୍ତି।
ଏହି ସମୟରେ ସେବକମାନେ ଶରୀରରେ କୌଣସି ଅଳଙ୍କାର ନ ପିନ୍ଧି କେବଳ ଶୁଭବସ୍ତ୍ର ପରିଧାନ ପୂର୍ବକ ମହାପ୍ରଭୁଙ୍କ ଗୁପ୍ତ ସେବାରେ ନିୟୋଜିତ ଅଛନ୍ତି। ପଟିଦିଅଁଙ୍କୁ ପ୍ରତିଦିନ ପୂଜା କରିବା ଲାଗି ସକାଳେ ଓ ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ଆସନ୍ତା ୨ ତାରିଖରେ ନବଯୌବନ ବେଶରେ ଶ୍ରୀଜୀଉ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ।
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

