Posted inଜାତୀୟ

ଅଣ୍ଟା ପର୍ଯ୍ୟନ୍ତ ବରଫ: ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲେ ୧୦୦ ଯବାନ

ଶ୍ରୀନଗର,୧୫।୧: ଆମକୁ ସୁରକ୍ଷିତ ଏବଂ ସୁଖରେ ରଖିବା ପାଇଁ ଯବାନଙ୍କ ତ୍ୟାଗର ତୁଳନା ନାହିଁ। ସମସ୍ତଙ୍କ ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଥାନ୍ତି ଭାରତୀୟ ସେନା। ଏହାର ଏକ ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରରେ। ଏଠାରେ ଦୀର୍ଘ ୪ ଘଣ୍ଟା ବରଫରେ ଚାଲି ଜଣେ ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇଛନ୍ତି ୧୦୦ଜଣ ଯବାନ। ଜମ୍ମୁ-କଶ୍ମୀର ଘାଟିରେ ଏବେ ପ୍ରବଳ ବରଫପାତ ହେଉଛି। ଫଳରେ ଅଣ୍ଟା ପର୍ଯ୍ୟନ୍ତ ବରଫ ଜମା ହୋଇଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସମୀନା ନାମକ ଜଣେ ମହିଳାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରିବାର ଥିଲା। ଯେଉଁ ଗାଁରେ ସମୀନା ରହୁଥିଲେ ସେଠାରେ ଡାକ୍ତରଖାନା ନେବାକୁ କୌଣସି ସୁବିଧା ଉପଲବ୍ଧ ନ ଥିଲା। ଫଳରେ ୧୦୦ ଯବାନ ଏବଂ ୩୦ଜଣ ସ୍ଥାନୀୟ ଲୋକେ ମିଶି ଅଣ୍ଟାଏ ବରଫ ଭିତରେ ପଶି ସମୀନାଙ୍କୁ ଷ୍ଟ୍ରେଚର ଯୋଗେ ଡାକ୍ତରଖାନା ନେଇଥିଲେ। ଯବାନଙ୍କ ଏଭଳି ଉଲ୍ଲେଖନୀୟ କାର୍ଯ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଲାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri