ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟା ବିନ୍ଧିବା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ଏହାର ଲକ୍ଷଣ ସମ୍ପର୍କରେ ଅବଗତହେବା ପରେ ତାହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ। କାରଣ ପରବର୍ତ୍ତୀ ସମୟରେ ଏହା ଜଟିଳ ଆକାର ଧାରଣ କରିଥାଏ। ତେଣୁ ତୁରନ୍ତ ଅଭିଜ୍ଞ ଡାକ୍ତରଙ୍କ ସହ ପରାମର୍ଶକରି ଚିକିତ୍ସା କରାଇନେବା ଦରକାର। ହେଲେ ଏପରି କେତେକ ଘରୋଇ ଉପଚାର ରହିଛି ଯାହାକୁ ଅନୁସରଣ କଲେ ଏଥିରୁ ଅନେକାଂଶରେ ଉପଶମ ମିଳିଥାଏ। କୌଣସି ସ୍ଥାନରେ ବସିବା ବେଳେ ଏପରି ବସନ୍ତୁ ଯେପରି ନିଜ ଅଣ୍ଟା ଉପରେ ଚାପ ପଡ଼ିବ ନାହିଁ। ଉଠିବା ସମୟରେ ସତର୍କତାର ସହ ଉଠନ୍ତୁ। କାରଣ ଉଠିବା ବେଳେ ସାମାନ୍ୟ ଅବହେଳାରୁ ଅଣ୍ଟା ଉପରେ ଚାପ ପଡ଼ିଥାଏ ଏବଂ ତାହା ଅଣ୍ଟାବିନ୍ଧାର କାରଣ ସାଜିଥାଏ। କୌଣସି ସ୍ଥାନରେ ଠିଆ ହୋଇଥିଲେ ସିଧା ଠିଆ ହୁଅନ୍ତୁ। ନଇଁପଡ଼ି ହଠାତ୍‌ କୌଣସି ଓଜନିଆ ଜିନିଷ ଉଠାନ୍ତୁ ନାହିଁ। ଯଦି ନଇଁକରି କାମ କରୁଛନ୍ତି ତେବେ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଅଣ୍ଟାକୁ ବିଶ୍ରାମ ଦିଅନ୍ତୁ। ଅଧିକ ମୋଟା ଗଦିରେ ବସନ୍ତୁ ନାହିଁ କି ଶୁଅନ୍ତୁ ନାହିଁ। ଯଦି କାର୍‌ ଚଳାଉଛନ୍ତି ତେବେ ୯୦ ଡିଗ୍ରୀ ପୋଜିସନରେ ବସି ଡ୍ରାଇଭ କରନ୍ତୁ। ଅଣ୍ଟାଜନିତ ସମସ୍ୟା ଦେଖାଦେଲେ କେତେକ ବ୍ୟାୟାମ କରିବାକୁ ପଡ଼ିଥାଏ। ଏନେଇ ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ସହ ପରାମର୍ଶ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri