ଅଣ୍ଡା ଯୋଗାଣରେ ଅନିୟମିତତା ନେଇ ଦିଗପହଣ୍ଡି ସିଡିପିଓଙ୍କ ବଦଳି

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ହଠାତ୍‌ ବଦଳି କରାଯାଇ। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସରଭାବେ ଅବସ୍ଥାପିତ କରାଯାଇଥିବା ଜଣାପଡିଛି। ଦିଗପହଣ୍ଡି ବିଡିଓ ହଳଧର ଶବରଙ୍କୁ ଅସ୍ଥାୟୀଭାବେ ସିଡିପିଓ ଦାୟିତ୍ୱ ଦିଆଯାଇଛି। ସୋମବାର ବିଡିଓ ସିଡିପିଓଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ଦିଗପହଣ୍ଡି ବ୍ଲକରେ ଗର୍ଭବତୀ, ପ୍ରସୂତି ଓ ଶିଶୁଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଣ୍ଡା ଯୋଗାଣରେ ଅନିୟମିତତା ହୋଇଥିଲା। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସିଡିପିଓଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବାସହ ବଦଳି କରିଥିବା ଜଣାପଡିଛି। ଦିଗପହଣ୍ଡି ବ୍ଲକର ପଞ୍ଜିକୃତ ଗର୍ଭବତୀ ଓ ପ୍ରସୂତିଙ୍କୁ ମାସିକ ୧୨ଟି ଅଣ୍ଡା ବଦଳରେ ୫ଟି ଅଣ୍ଡା ମିଳୁଥିଲା। ପ୍ରାକ୍‌ ବିଦ୍ୟାଳୟରେ ପଞ୍ଜିକୃତ ଶିଶୁଙ୍କୁ ମାସିକ ୨୦ଟି ଅଣ୍ଡା ବଦଳରେ ୬ଟି ଅଣ୍ଡା ମିଳୁଥିବା ନେଇ ଏକ ନିର୍ଦ୍ଦିଷ୍ଟ ମିଡ଼ିଆରେ ଖବର ପ୍ରସାରଣ କରାଯାଇଥିଲା। ଏ ନେଇ ପ୍ରଶାସନିକ ତଦନ୍ତ ହେବା ପରେ ସିଡିପିଓଙ୍କୁ ବଦଳି କରାଯାଇଥିବା ଜଣାପଡ଼ିଛି। ସିଡିପିଓଙ୍କୁ ପଚାରିବାରୁ ଅଣ୍ଡା ବଣ୍ଟନରେ କୌଣସି ଅନିୟମିତତା ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?