ଅତିଥି ଅଧ୍ୟାପକ ଚୟନରେ ଅନିୟମିତତା ଅଭିଯୋଗ : ତଦନ୍ତ ପାଇଁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ

ପୁରୀ ଅଫିସ,୫ା୮: ପୁରୀ ସରକାରୀ ମହିଳା ମହାବିଦ୍ୟାଳୟରେ ଅତିଥି ଅଧ୍ୟାପକ ଚୟନ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ କେତେଜଣ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ଏପରିକି ଚୟନ ପ୍ରକ୍ରିୟାକୁ ନେଇ ବହୁ ପ୍ରାର୍ଥୀ ସୂଚନା ଅଧିକାର ଆଇନ(ଆରଟିଆଇ)ରେ କଲେଜକୁ ରିପୋର୍ଟ ମାଗିଛନ୍ତି। ଅନ୍ୟପଟେ ଚୟନ ପ୍ରକ୍ରିୟା ସମ୍ପର୍କରେ ସବିଶେଷ ରିପୋର୍ଟ ପ୍ରଦାନ କରିବାକୁ ଉଚ୍ଚ ଶିକ୍ଷା ବିଭାଗ କଲେଜ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ତଦନ୍ତ ଲାଗି ଉଚ୍ଚ ଶିକ୍ଷା ବିଭାଗ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ଏନେଇ କଲେଜ ଅଧ୍ୟକ୍ଷା ଅଞ୍ଜଳି କୁମାରୀ ଶୁକ୍ଳା କୁହନ୍ତି, ଚୟନ ପ୍ରକ୍ରିୟାରେ କୌଣସି ଅନିୟମିତତା କରାଯାଇନାହିଁ। ଏହା ସମ୍ପର୍ଣ୍ଣ ମିଥ୍ୟା। ଚୟନ ପ୍ରକ୍ରିୟା ରାଜ୍ୟ ସରକାରଙ୍କ ପକ୍ଷରୁ ଆସିଥିବା ଗାଇଡ ଲାଇନ ଅନୁସାରେ କରାଯାଇଛି। ଯେ କୌଣସି ତଦନ୍ତକୁ ସାମ୍ନା କରିବାକୁ ମୁଁ ପ୍ରସ୍ତୁତ ରହିଛି। ଅନ୍ୟପଟେ ଚୟନ ପ୍ରକ୍ରିୟାରେ ଚଞ୍ଚକତା କରାଯାଇଥିବା ନେଇ କେତେଜଣ ଛାତ୍ରୀ ଶନିବାର ଅପରାହ୍ନରେ କଲେଜ ଆଗରେ ବିକ୍ଷୋଭ କରିବା ସହ କଲେଜ ଅଧ୍ୟକ୍ଷାଙ୍କୁ ଘେରିଥିଲେ। କଲେଜରେ ହୋ ହଲ୍ଲା କରିଥିଲେ। ତେବେ ଚୟନ ପ୍ରକ୍ରିୟାରେ କୌଣସି ଚଞ୍ଚକତା କରାଯାଇ ନ ଥିବା ଅଧ୍ୟକ୍ଷା ଶୁକ୍ଳା ପିଲାମାନଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଏନେଇ ଉଚ୍ଚଶିକ୍ଷା ବିଭାଗର ଦୃଷ୍ଟି ଆକର୍ଷଣ କରାଯିବ ବୋଲି କେତେଜଣ ଛାତ୍ରୀ ଗଣମାଧ୍ୟମ ଆଗରେ କହିଛନ୍ତି। ଅନ୍ୟପଟେ ଚୟନ ପ୍ରକ୍ରିୟାରୁ ବାଦ ପଡିଥିବା ପ୍ରାର୍ଥୀ ନିଯୁକ୍ତିକୁ ରଦ୍ଦ କରାଯିବା ସହ ଏହାର ଯାଞ୍ଚ ଲାଗି ଦାବି କରିଛନ୍ତି।
ପ୍ରକାଶ ଯେ, ଗତ ଜୁନ ୨୬ରୁ ଜୁଲାଇ ୨ତାରିଖ ପର୍ଯ୍ୟନ୍ତ ୧୫ଟି ବିଭାଗରେ ଅତିଥି ଅଧ୍ୟାପକ ପଦବୀ ଲାଗି ଚୟନ କରାଯାଇଥିଲା। ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଆଶାୟୀ ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ। ଅଧ୍ୟାପକ ଚୟନରେ ବ୍ୟାପକ ଦୁର୍ନୀତି କରାଯାଇ ଅନଭିଜ୍ଞ ଏବଂ ଅଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯାଇଛି ବୋଲି ବାଦ ପଡିଥିବା ପ୍ରାର୍ଥୀ ଦାବି କରିଛନ୍ତି। ପୂର୍ବରୁ ଏଠାରେ ୨୦୧୮-୧୯ ଶିକ୍ଷା ବର୍ଷରେ ଅତିଥି ଅଧ୍ୟାପକ ଭାବେ ନିଷ୍ଠାର ସହିତ ନିଜ ଅଧ୍ୟାପନା କରିଛନ୍ତି, ସେମାନଙ୍କୁ ଏହି ଚୟନ ପ୍ରକ୍ରିୟାରୁ ବାଦ ଦିଆଯାଇଛି ବୋଲି ଉଚ୍ଚଶିକ୍ଷା ବିଭାଗକୁ ଦେଇଥିବା ଦାବିପତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri