ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: କଲମଛାଡ଼ ଆନ୍ଦୋଳନ ପ୍ରତ୍ୟାହୃତ

ଭଣ୍ଡାରିପୋଖରୀ,୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ରାଜସ୍ବ ଅମଲା ଓ କ୍ଷେତ୍ର କର୍ମଚାରୀଙ୍କ ପକ୍ଷରୁ ଚାଲିଥିବା କଲମଛାଡ଼ ଆନ୍ଦୋଳନ ବୁଧବାର ପୂର୍ବାହ୍ନରେ ପ୍ରତ୍ୟାହୃତ ହୋଇଛି। ସପ୍ତାହକ ମଧ୍ୟରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଜିଲାପାଳ ଜ୍ଞାନ ଦାସ ତହସିଲଦାର ମୃତ୍ୟଞ୍ଜୟ ଭୂୟାଁଙ୍କୁ ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ ହଟିଛି।
ସୂଚନାଯୋଗ୍ୟ, ବାଲି ମାଫିଆମାନଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଶରତ ଚନ୍ଦ୍ର ସ୍ବାଇଁ ଓ ରାଜସ୍ବ ନିରୀକ୍ଷକ ରାମନାରାୟଣ ସାମଲ ଆହତ ହୋଇଥିଲେ। ଏହି ଘଟଣାରେ ୨୧ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ତେବେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ରାଜସ୍ବ ଅମଲା ଓ କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ବୁଧବାର ଦ୍ୱିତୀୟ ଦିନରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ଯୁଦ୍ଧବିରତିକୁ ନେଇ ଖାମେନେଇଙ୍କ ବଡ଼ ବୟାନ, କହିଲେ ଟ୍ରମ୍ପ…

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଉଭୟ ଦେଶ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି । ଏହି ସମୟରେ,…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri