ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଢେଙ୍କାନାଳ ଗସ୍ତ ‘୫୫ନଂ. ଏନ୍‌ଏଚ୍‌ କାମ ଶୀଘ୍ର ସାର’

ଢେଙ୍କାନାଳ ଅଫିସ, ୮।୧୨ –  ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଶନିବାର ଢେଙ୍କାନାଳ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ପରିଦର୍ଶନ କରିଛନ୍ତି। ଅପରାହ୍ନରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ସେ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଜିଲାର ଅନ୍ୟତମ ଲାଇଫ୍‌ଲାଇନ କୁହାଯାଉଥିବା ୫୫ନଂ. ଏନ୍‌ଏଚ୍‌ ସମ୍ପ୍ରସାରଣ କାର୍ଯ୍ୟ ତୁରନ୍ତ ସାରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କଟକରୁ ଢେଙ୍କାନାଳ ୪୫କିମି ବିଶିଷ୍ଟ ୫୫ନଂ. ଜାତୀୟ ରାଜପଥ କାମ ଦ୍ରୁତଗତିରେ ଚାଲିଛି। ୨୦୨୦ ଜୁନ୍‌ ସୁଦ୍ଧା ଏହା ଶେଷ ହେବ ବୋଲି ଅଧିକାରୀମାନେ ସୂଚନା ଦେଇଥିଲେ।
ପ୍ରାରମ୍ଭରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଦର ବ୍ଲକ ବଳଦିଆବନ୍ଧ ପଞ୍ଚାୟତର ପାଇକଦହିକୋରସ୍ଥିତ ଗ୍ରାମ୍ୟ ବିଦ୍ୟୁତୀକରଣ, ବିଜୁ ପକ୍କାଘର ପ୍ରକଳ୍ପ ଦେଖିଥିଲେ। ଗୋବିନ୍ଦପୁର ପଞ୍ଚାୟତରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା, ପେନ୍‌ସନ୍‌ ଏବଂ ମମତା ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏଥିସହ ମହର୍ଷି ଦୟାନନ୍ଦ ସର୍ଭିସ ମିଶନ ବୃଦ୍ଧାଶ୍ରମ, ଶିଶୁଗୃହ, କାଠଗଡ଼ାସ୍ଥିତ ସହରାଞ୍ଚଳ ଚିକିତ୍ସାଳୟ, ସ୍ବଧାର ଗୃହ ପରିଦର୍ଶନ କରି ଅନ୍ତେବାସୀଙ୍କ ସମସ୍ୟା ପଚାରି ବୁଝିଥିଲେ।
ବୋରାପଦା ଖମାରସାହିରେ ପାନୀୟଜଳ ଯୋଗାଣ ପ୍ରକଳ୍ପ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ବୁଲି ଦେଖିବା ସହ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟକ୍ରମର ତଦାରଖ କରିଥିଲେ। ମଧ୍ୟାହ୍ନ ୧୨ଟା ୨୫ରେ ଢେଙ୍କାନାଳ ଟାଉନ ଥାନା ପରିଦର୍ଶନ କରି ଥାନାକୁ ଆସୁଥିବା ଲୋକଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିବା, ଅଭିଯୋଗକାରୀଙ୍କୁ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ। ଏହାପରେ ଗଁଦିଆ ବ୍ଲକର ବିଭିନ୍ନ ପଞ୍ଚାୟତ ବୁଲି କାର୍ଯ୍ୟକ୍ରମର ତଦାରଖ କରିଥିଲେ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ଡିଇଓ ସୁଧାନନ୍ଦ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri