ଅତ୍ୟାଧୁନିକ ହେଲା ୧.୫ ଲକ୍ଷ ପୋଷ୍ଟଅଫିସ

ନୂଆଦିଲ୍ଲୀ,୨୨-୪: ଦେଶର ସର୍ବବୃହତ ଆଇଟି ସେବା କମ୍ପାନୀ ଟାଟା କନସଲଟାନ୍ସି(ଟିସିଏସ୍‌) ଭାରତୀୟ ପୋଷ୍ଟ ଅଫିସଗୁଡ଼ିକ ଆଧୁନିକ କରିବାରେ ବଡ଼ ଭୂମିକା ନେଉଛି। ଏହାର ସହାୟତାରେ ଅଦ୍ୟାବଧି ୧.୫ ଲକ୍ଷ ପୋଷ୍ଟଅଫିସକୁ ଅତ୍ୟାଧୁନିକ କରାଯାଇସାରିଛି। କମ୍ପାନୀ ଏଥିଲାଗି ଏକୀକୃତ ସମାଧାନ ସେବା ଉପଲବ୍ଧ କରାଇଛି। ପୋଷ୍ଟଅଫିସର ଆଧୁନିକୀକରଣ ଲାଗି ଟିସିଏସ୍‌କୁ ୨୦୧୩ରେ ଠିକା ଦିଆଯାଇଥିଲା। ଟିସିଏସ୍‌ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି ଯେ, କେନ୍ଦ୍ରୀୟ ପ୍ରଣାଳୀର ଏକୀକରଣ(ସିଏସ୍‌ଆଇ) ସମ୍ପୂର୍ଣ୍ଣ ପରିବର୍ତ୍ତନର କେନ୍ଦ୍ରବିନ୍ଦୁରେ ଥିଲା। ଏଥିରେ ଏକୀକୃତ ଇଆର୍‌ପି(ଏଣ୍ଟରପ୍ରାଇଜ ରିସୋର୍ସ ପ୍ଲାନିଂ)ର ଉପଯୋଗ କରିବାକୁ ସାମିଲ କରାଯାଇଥିଲା। ଏହାଦ୍ୱାରା ଡାକ ସେବା, ଅର୍ଥ, ଆକାଉଣ୍ଟ ତଥା ମାନବ ସମ୍ବଳ କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରିଥାଏ। ଟିସିଏସ୍‌ ପକ୍ଷରୁ ୨୪ ହଜାର ପୋଷ୍ଟଅଫିସରେ ୮୦ ପଏଣ୍ଟ ଅଫ୍‌ ସେଲ୍‌(ପିଓଏସ୍‌) ଟର୍ମିନାଲ ଜରିଆରେ ପିଓଏସ୍‌ ସମାଧାନକୁ କାର୍ଯ୍ୟକାରୀ କରାଯାଇଛି। ଏଥିସହିତ ଏକ ଓ୍ବେବ ପୋର୍ଟାଲ ତିଆରି କରାଯାଇଛି, ଯାହାଦ୍ୱାରା ସାମଗ୍ରୀର ଟ୍ରାକିଂ ସହଜରେ କରାଯାଇପାରିବ। ଏହାଛଡ଼ା ଗ୍ରାହକଙ୍କ ସହାୟତା ଲାଗି ଏକ କଲ୍‌ ସେଣ୍ଟର ସ୍ଥାପନ କରାଯାଇଛି, ଯାହା କି ବିଭିନ୍ନ ଭାଷାରେ କାମ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri