ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ ବାଦ୍‌ ପଡ଼ିବା ପରେ ବଢୁଛି ଦର, କଳାବଜାର ଆଶଙ୍କା

କଟକ ଅଫିସ,୭।୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ ଦର ବଢ଼ିଥିବା ଛତ୍ରବଜାର ବ୍ୟବସାୟୀମାନେ କହୁଛନ୍ତି। କିନ୍ତୁ କେନ୍ଦ୍ର କ୍ୟାବିନେଟ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ସଂଶୋଧନ ଆଣିବା ପରେ ଏହି ସମସ୍ୟା ଦେଖାଦେଇଥିବା ବୁଦ୍ଧିଜୀବୀ ମହଲ କହିଛନ୍ତି। ଫଳରେ ଏହାକୁ ନେଇ କଳାବଜାର ମଧ୍ୟ ଆରମ୍ଭ ହେଲାଣି।

ଦୁଇ ଦିନ ତଳେ ଆଳୁ କିଲୋ ପିଛା ୧୯ରୁ ୨୦ ଟଙ୍କାରେ ବିକ୍ରି କରାଯାଉଥିଲା। ଏବେ ତାହା ୩୦ ଟଙ୍କା ହୋଇଛି। ଛତ୍ରବଜାର ବ୍ୟବସାୟୀ ତଥା ଛତ୍ରବଜାର ପୂଜା କମିଟି ସଭାପତି ଦେବେନ୍ଦ୍ରନାଥ ସାହୁଙ୍କ ସୂଚନା ମୁତାବକ, ଆଳୁ କୁଇଣ୍ଟାଲ ପିଛା ୧୯୦୦ରୁ ୨୦୦୦ ଟଙ୍କା ଥିଲା। ଏବେ ତାହା ୧୦୦ରୁ ୨୦୦ଟଙ୍କା ପର୍ଯ୍ୟନ୍ତ ବଢ଼ିଛି। ବାତ୍ୟା ଅମ୍ଫନ ପ୍ରଭାବରେ ପଶ୍ଚିମବଙ୍ଗ ଓ ବନ୍ୟା ପ୍ରଭାବରେ ଆସାମ କ୍ଷତିଗ୍ରସ୍ତ ହୋଇଥିବା ଯୋଗୁ ଆଳୁଦର ବଢ଼ିଥିବା ସେ କହିଛନ୍ତି। ଆଳୁ ଟ୍ରକ ପୂର୍ବଭଳି ଅଧିକ ସଂଖ୍ୟାରେ ଆସୁନାହିଁ। ଖୁଚୁରା ବ୍ୟବସାୟୀ ଏହାର ମୂଲ୍ୟ ବଢ଼ାଉଛନ୍ତି। ଲକ୍‌ଡାଉନ୍‌ ଯୋଗୁ ସହରରେ ଖୁଚୁରା ବ୍ୟବସାୟୀ ଭିନ୍ନଭିନ୍ନ ସ୍ଥାନରେ ବସୁଥିବାରୁ ଦର ଉପରେ ଛତ୍ରବଜାରର ନିୟନ୍ତ୍ରଣ ରହୁନି ବୋଲି ସେ କହିଛନ୍ତି। ଜିଲା ଯୋଗାଣ ଅଧିକାରୀ ଅମର ମହାପାତ୍ର କହିଛନ୍ତି, ପଶ୍ଚିମବଙ୍ଗରୁ ଓଡ଼ିଶାକୁ ପର୍ଯ୍ୟାପ୍ତ ପରିମାଣରେ ଆଳୁ ଆମଦାନି ହେବା ବଦଳରେ ଆସାମକୁ ଅଧିକ ରପ୍ତାନି ହେଉଛି। ଶଟ୍‌ଡାଉନ୍‌ ଘୋଷଣା ପରେ ଉପଭୋକ୍ତା ଆବଶ୍ୟକତାଠାରୁ ଅଧିକ ପରିମାଣର ଖାଦ୍ୟ ସାମଗ୍ରୀ କିଣୁଛନ୍ତି। ଏହା ଦରବୃଦ୍ଧିର ମୂଳ କାରଣ। ଛତ୍ରବଜାରର ବଡ଼ ବ୍ୟବସାୟୀଙ୍କ ସହ ଆଲୋଚନା ହୋଇଛି। ଖୁବଶୀଘ୍ର ଦର କମିବ ବୋଲି ବୋଲି ଯୋଗାଣ ଅଧିକାରୀ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri