ଅଦରକାରୀ ପାର୍ଟସ୍‌ରୁ ବାଇକ୍‌: ଦାମ୍‌ ୨ହଜାର, ୫ଟଙ୍କାରେ ୫୦କିଲୋମିଟର ଯିବ

ସୁରଟ:ପରିବେଶ ପ୍ରଦୂଷଣ ବୃଦ୍ଧିପାଉଛି। ଆଗକୁ ଏକ ଭଲ ପରିବେଶ ମିଳିବ କି ନାହିଁ ତାହା କହିହେବନି। ଅନ୍ୟପକ୍ଷରେ ପେଟ୍ରୋଲ କିମ୍ବା ଡିଜେଲ ଦାମ୍‌କୁ ଲକ୍ଷ୍ୟ କଲେ ବାଇକ୍‌ ଚଲାଇବା ଯୁବପିଢିକୁ କଷ୍ଟକର ହୋଇଯିବ। ଏହି ସମସ୍ୟାର ସହଜ ସମାଧାନ କରିବା ଲାଗି ଆଦିତ୍ୟ କେସରିୟା,ଉଦୟ ରାଣେ ଓ ଜୟ ସୋଲାଙ୍କି ନିର୍ମାଣ କରିଛନ୍ତି ଗୋ-କାର୍ଟ ବାଇକ। ଏହା ପାଇଁ ଜୈବ ଇନ୍ଧନ ବି ଦରକାର ପଡିବନି । ଗୋ-କାର୍ଟ ଚାଲିବ ବିଦ୍ୟୁତ୍‌ରେ । ଏଣୁ ପରିବେଶ ପ୍ରଦୂଷଣ ହେବନି।
ଗୋ-କାର୍ଟ ବାଇକ ନିର୍ମାଣ କରିବା ପାଇଁ ବର୍ଜ୍ୟବସ୍ତୁ ଭାବେ ପଡିରହିଥିବା ବାଇକ୍‌ ପାର୍ଟସ୍‌କୁ ବ୍ୟବହାର କରାଯାଇଛି। ପଛ ଟାୟାରରେ ବିଏଲ୍‌ଡିସିି ମୋଟର ଖଞ୍ଜାଯାଇଛି । ଏହି ମୋଟରକୁ ପାଓ୍ବାର ଯୋଗାଇ ଦେବା ପାଇଁ ୪୮ ଭୋଲ୍ଟର ଲିଥିୟମ ଆଇରନ୍‌ ବ୍ୟାଟେରି ଲଗାଯାଇଛି। ଏହା ଚାର୍ଜ ହେବାକୁ ପୂରା ଘଣ୍ଟାଏ ଲାଗୁଛି। ଏହି ବାଇକରେ ଝଟକା ନଲାଗିବା ପାଇଁ ଶକ୍‌ଆବଜର୍ବର ଲାଗାଯାଇଛି। ଏହାର ସ୍ପିଡ୍‌ କମ୍‌ ବେଶି କରିହେବ। ମାତ୍ର ୫ଟଙ୍କାରେ ୫୦ କିଲୋମିଟର ଏହା ପହଞ୍ଚତ୍ୟାଇପାରିବ। ଗୋ-କାର୍ଟ ବାଇକରେ ୧୨୦ କେଜି ଓଜନର ବ୍ୟକ୍ତି ବସିପାରିବେ । ଏଥିରେ ଇଞ୍ଜିନ ନଥିବାରୁ କୌଣସି ମେକାନିକାଲ ଖର୍ଚ୍ଚ ହେବନାହିଁ। ଏହାକୁ ନିର୍ମାଣ କରିବାକୁ ୨ ହଜାର ଟଙ୍କା ଖର୍ଚ୍ଚ ହେଉଛି ବୋଲି କହନ୍ତି ଆଦିତ୍ୟ କେସରିୟା। ଆଗକୁ ନୁହେଁ, ଗୋ-କାର୍ଟ ବାଇକ ବି ପଛକୁ ଚାଲିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri