ଅଦିନିଆ ବର୍ଷା, କୁଆପଥର ମାଡ ଫସଲ ଉଜାଡିଲା

ସୁନ୍ଦରଗଡ, ୨୭ା୪ (ଡି.ଏନ୍‌.ଏ.)
ଲକ୍‌ଡାଉନ ଯୋଗୁଁ ଚାଷୀଙ୍କ ପନିପରିବା ବିକ୍ରୀ ହୋଇ ନ ପାରି ନଷ୍ଟ ହେଉଛି। ଏହିସ୍ଥିତିରେ ଗତ ଦୁଇଦିନ ହେଲା ସୁନ୍ଦରଗଡ ଜିଲାରେ ଅଦିନିଆ ଝଡବର୍ଷା ଓ କୁଆପଥର ମାଡ ଚାଷୀଙ୍କୁ ହତାଶା ମଧ୍ୟକୁ ଟାଣି ନେଇଛି। ବାଲିଶଙ୍କରା ଓ ସବଡେଗା ବ୍ଲକ ଅଞ୍ଚଳରେ ଝଡବର୍ଷା ଯୋଗୁ ରବିଫସଲ ନଷ୍ଟ ହୋଇଛି। ତଳସରା ମଧ୍ୟମ ଜଳସେଚିତ ଅଞ୍ଚଳରେ ଚାଷୀ କରିଥିବା ରବିଧାନ କୁଆପଥର ମାଡରେ କ୍ଷତିଗ୍ରସ୍ତ ହୋଇଛି। ଧାନକେଣ୍ଡାଗୁଡିକ ଝଡିଯାଇ କ୍ଷେତରେ ପଡିଛି। ଫସଲହାନୀ ନିଶ୍ଚିତ ହୋଇଥିବା ବେଳେ ଏବେ ଫସଲ ଉଠିଆ ପାଇଁ ଚାଷୀମାନେ ବିଭିନ୍ନ ବ୍ୟାଙ୍କ ଓ ସମବାୟ ସମିତିରୁ ଆଣିଥିବା ଋଣ କିପରି ପରିଶୋଧ କରିବେ ସେହି ଚିନ୍ତାରେ ଘାରି ହେଉଛନ୍ତି। ସୋମବାର ଜିଲା ଯୁବ ବିଜେଡି ସଭାପତି ଦେବେନ୍ଦ୍ର ପ୍ରସାଦ ମାଝୀଙ୍କ ନେତୃତ୍ୱରେ ଶତାଧିକ ଚାଷୀ ବାଲିଶଙ୍କରା ତହସିଲ କାଯର୍‌ୟାଳୟକୁ ଯାଇ ତହସିଲଦାର ରୀନା ନାଏକଙ୍କ ସହ ଆଲୋଚନା କରି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବା ଦାବାକୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହାପରେ ତହସିଲଦାର ନାଏକ ଓ ରାଜସ୍ବ ଅଧିକାରୀମାନେ ପ୍ରଭାବିତ କ୍ଷେତ୍ର ପରିଦର୍ଶନ କରିଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି...

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା...

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri