ଅଦିନିଆ ବର୍ଷା, ମଣ୍ଡିରେ ଭିଜୁଛି ଶହଶହ ଧାନବସ୍ତା

ଖଣ୍ଡପଡା,୨୬।୨(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ ଶିଖରପୁର ପଞ୍ଚାୟତସ୍ଥିତ ସେବା ସମବାୟ ସମିତିରେ ସରକାରଙ୍କ ପକ୍ଷରୁ ଚଳିତ ବର୍ଷ ଧାନମଣ୍ଡି ଖୋଲାଯାଇଛି । ତେବେ ଧାନ ବିକ୍ରି କରିବା ପାଇଁ ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀମାନେ ବାହାରେ ଧାନ ଗଦା ମାରି ରଖିବେଳେ ଅଦିନିଆ ବର୍ଷା ଯୋଗୁ ତାହା ଭିଜି ଯାଇଛି। ଫଳରେ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି।
ସମୟରେ ଧାନ ବିକ୍ରି କରା ନ ଯିବା ଓ ମଣ୍ଡିରେ ଧାନ ସୁରକ୍ଷିତ ରଖାଯିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଶହଶହ ଧାନବସ୍ତା ବର୍ଷାରେ ଓଦା ହୋଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଧାନମଣ୍ଡିରେ ଅବ୍ୟବସ୍ଥା ସହ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତିକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି।
ସ୍ଥାନୀୟ ଅଞ୍ଚଳର ଚାଷୀମାନେ ମଣ୍ଡିରେ ଧାନ ବିକ୍ରୟ କରିବା ନିମନ୍ତେ ସୋମବାର ଆସିଥିଲେ। ଧାନ ସବୁ ଶିଖରପୁର ଗ୍ରାମ୍ୟ ରାସ୍ତାର ଉଭୟପାର୍ଶ୍ୱରେ ଗଦା ମାରିଥିଲେ ହେଁ ମିଲର କର୍ତ୍ତୃପକ୍ଷ ଠିକ୍‌ ସମୟରେ ନ ଆସିବାରୁ ଚାଷୀମାନେ ଧାନ ବିକ୍ରି କରି ପାରି ନ ଥିଲେ। ମଙ୍ଗଳବାର ପାଗ ଖରାପ ରହିବା ଓ ଦିନ ତମାମ ଝିପିଝିପ ବର୍ଷା ଲାଗି ରହିବା ଯୋଗୁ ଚାଷୀମାନଙ୍କ ଧାନ ଓଦା ହୋଇଯାଇଛି। କେହି କେହି ଜରି ପାଲ ଘୋଡାଇ ରଖିଥିଲେ ହେଁ ତାହା ବର୍ଷାକୁ ସମ୍ଭାଳି ପାରିନି। ଏଭଳି ପରିସ୍ଥିତିକୁ ନେଇ ଚାଷୀମାନେ ମିଲର କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିବା ବେଳେ ଅଦିନିଆ ବର୍ଷାରେ ଧାନ ବିକ୍ରି କରି ନ ପାରି କ୍ଷତିଗ୍ରସ୍ତ ହୋଇଥିବା ଚାଷୀମାନଙ୍କୁ ଆର୍ଥତ୍କ ସହାୟତା ରାଶି ଯୋଗାଇଦେବା ନିମନ୍ତେ ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri