ଅଦିନିଆ ରଥଯାତ୍ରା: ନିକୁଞ୍ଜ ଟ୍ରଷ୍ଟ ବିରୋଧରେ ଏତଲା

ପୁରୀ ଅଫିସ, ୬ା୧୨: ଅଦିନରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବିଭିନ୍ନ ସମୟରେ ନଜରକୁ ଆସୁଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଘୋର ଅପମାନ। ତେଣୁ ଏହାକୁ ନେଇ ଶ୍ରୀଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିବାଦ ସୃଷ୍ଟି ହେଉଛି। ଏହିଭଳି ଏକ ଘଟଣା ଜଣାପଡିବା ପରେ ଶୁକ୍ରବାର ସିଂହଦ୍ୱାର ଥାନାରେ ଶ୍ରୀଜଗନ୍ନାଥ ସେନା ଏତଲା ଦେଇଛି। ଏତଲାରେ ଦର୍ଶାଯାଇଛି ଯେ, ଉତ୍ତରପ୍ରଦେଶ ଗାଜିଆବାଦସ୍ଥିତ ଶ୍ରୀମଦ ନାରଦୀୟ ଭଗବତ ନିକୁଞ୍ଜ ଟ୍ରଷ୍ଟ ପକ୍ଷରୁ ଆସନ୍ତା ୨୯ ତାରିଖରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହା ଆମ ଧର୍ମ, ସଂସ୍କୃତି ଓ ପରମ୍ପରାକୁ ନଷ୍ଟ କରିବା ସହ କୋଟି କୋଟି ହିନ୍ଦୁଙ୍କ ଧାର୍ମିକ ଭାବନାକୁ କୁଠାରଘାତ କରୁଛି। ପ୍ରତ୍ୟେକ ଧାର୍ମିକ କାର୍ଯ୍ୟକ୍ରମର ଏକ ସ୍ବତନ୍ତ୍ର ତିଥି ଓ ତାରିଖ ରହିଛି। ଏହାକୁ ସମସ୍ତେ ମାନିବା ଦରକାର। ରଥଯାତ୍ରା ଆଷାଢ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟାରେ ପାଳିତ ହୋଇଥାଏ। ଏହା ସ୍କନ୍ଦ ପୁରାଣରେ ମହାପ୍ରଭୁଙ୍କ ଦ୍ୱାରା ନିର୍ଦ୍ଦେଶିତ ଅଟେ। ଅଦିନରେ ଏବଂ ଅତିଥିରେ ରଥଯାତ୍ରା ଆୟୋଜନ କରାଯାଇ ଶ୍ରୀଜଗନ୍ନାଥ ସଂସ୍କୃତି, ସନାତନ ହିନ୍ଦୁ ସମାଜ, ଭକ୍ତ ଏବଂ ଦେଶର ଘୋର ଅପମାନ ସହ ଧାର୍ମିକ ଭାବନାରେ ଆଘାତ ସୃଷ୍ଟି କରାଯାଉଛି। ତେଣୁ ଏଭଳି ବେଆଇନ ଓ ଧର୍ମ ବିରୋଧୀ ସଂସ୍ଥା ଏବଂ ବ୍ୟକ୍ତିବିଶେଷଙ୍କ ବିରୋଧରେ ମାମଲା ରୁଜୁ କରି ଗିରଫ କରିବାକୁ ସେନା ପକ୍ଷରୁ ଅଭିଯୋଗରେ ଦର୍ଶାଯାଇଛି। ସେନାର ଆବହକ ପ୍ରିୟଦର୍ଶନ ପଟ୍ଟନାୟକ, ସଚେତନ ନାଗରିକ ମଞ୍ଚ ସଭାପତି ପ୍ରଶନ୍ନ କୁମାର ଦାଶ ପ୍ରମୁଖ ଥାନା ଅଧିକାରୀଙ୍କୁ ଅଭିଯୋଗପତ୍ର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri