ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଏହା ପରଦିନ ସିଂହଦ୍ୱାରଠାରେ ତିନିରଥ ଉପରେ ଅନୁଷ୍ଠିତ ହେଉଛି ପବିତ୍ର ଅଧରପଣା ଭୋଗ। ରଥାରୂଢ ଠାକୁରମାନଙ୍କର ଅଧର ଉଚ୍ଚ ପର୍ଯ୍ୟନ୍ତ ସ୍ବତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ହେଉଥିବା ପଣାଭୋଗକୁ ଅଧରପଣା କୁହାଯାଏ।
ଏହି ଅଧରପଣା ଭୋଗ ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ପୂର୍ବେ ବାହୁଡ଼ା ଦଶମୀ ଦିନ ତିନିହାଣ୍ଡି, ଏକାଦଶୀ ତିଥିରେ ତିନିହାଣ୍ଡି, ଦ୍ୱାଦଶୀ ଦିନ ତିନିହାଣ୍ଡି ଏହିପରି ୯ ହାଣ୍ଡି ଏବଂ ଶ୍ରୀବଳଭଦ୍ରଙ୍କ ରଥରେ ରାମ ଓ କୃଷ୍ଣଙ୍କ ଉଦ୍ଦେଶ୍ୟରେ ୨ ହାଣ୍ଡି (ସାନ) ଏବଂ ଶ୍ରୀଜଗନ୍ନାଥଙ୍କ ରଥରେ ମଦନମୋହନ ଠାକୁରଙ୍କ ପାଇଁ ୧ ହାଣ୍ଡି (ସାନ) କ୍ରମରେ ସମୁଦାୟ ୧୨ହାଣ୍ଡି ଅଧରପଣା ଭୋଗ ହେଉଥିଲା। କିନ୍ତୁ ସମ୍ପ୍ରତି ତିନିରଥ ପାଇଁ କେବଳ ଗୋଟିଏ ଦିନରେ ସମୁଦାୟ ୯ ହାଣ୍ଡି ଅଧରପଣା ଭୋଗ ହେଉଛି। ରାଘବଦାସ ମଠ, ବଡ଼ଓଡ଼ିଆ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ୩ଟି ଲେଖାଏ ଅଧରହାଣ୍ଡି ଓ ପଣା ସାମଗ୍ରୀ ଯୋଗାଉଛନ୍ତି।

ରଥ ଉପରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅଧରପଣା ପ୍ରସ୍ତୁତି ଓ ନୀତି ଆରମ୍ଭ ହୋଇଥାଏ । ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ ଓଡ଼ିଆ ମଠ ପ୍ରଦତ୍ତ ଛେନା, ସର, କଦଳୀ, ଛାଚି, ଗୋଲମରିଚ ଗୁଣ୍ଡ, କର୍ପୂର, ଜାଇଫଳ ପ୍ରଭୃତି ପଣା ସାମଗ୍ରୀ ପାଳିଆ ମହାସୁଆର ରଥ ଉପରେ ରଖନ୍ତି । ପ୍ରତି ଠାକୁରଙ୍କ ସମ୍ମୁଖରେ ଭୋଗ ହେଉଥିବା ସ୍ଥାନରେ ମହାପ୍ରଭୁଙ୍କ ଶ୍ରୀଅଧରକୁ ପାଇବା ଭଳି ଉଚ୍ଚ ଥିବା ତୁମ୍ବାକାର ମୃତ୍ତିକା ନିର୍ମିତ ତିନିଗୋଟି ହାଣ୍ଡି ରଖାଯାଏ। କିନ୍ତୁ ପ୍ରତ୍ୟେକ ହାଣ୍ଡି ସମାନ ମାପର ହୋଇ ନ ଥାଏ। ପୂର୍ବରୁ ପାଣିଆ ଆପଟ ସେବକମାନେ ସିଂହଦ୍ୱାର ଛାଉଣି ମଠ ସମ୍ମୁଖସ୍ଥ କୂପରୁ ଗରା ମାନଙ୍କରେ ଜଳ କାଢି ରଥ ଉପରକୁ ବୋହି ନେଇ ବଡ଼ ପିତ୍ତଳ ହଣ୍ଡାରେ ରଖିଥାନ୍ତି। ଜଣାଯାଏ, ପୂର୍ବେ ଅଧରପଣା ପାଇଁ ଆବଶ୍ୟକ ଜଳ ରାଧାବଲ୍ଲଭ ମଠ କୂପରୁ ଆସୁଥିଲା। ପରବର୍ତ୍ତୀ ସମୟରେ ସିଂହଦ୍ୱାର ସମ୍ମୁଖ କୂପରୁ ଏହି ଜଳ ଅଣାଯାଉଛି। କୂପରୁ ଜଳ ବୋହିବା ସମୟରେ ମନ୍ଦିର ଚର୍ଚ୍ଚା ଓ ବରକନ୍ଦାଜ କର୍ମଚାରୀମାନେ ଆଗରେ ଗୁଆ ଖୋଳପା ଧରି ଲୋକଙ୍କୁ ଆଡ଼େଇଥାନ୍ତି, ଯେପରି କେହି ପବିତ୍ର ଜଳକୁ ସ୍ପର୍ଶ କରିପାରିବେ ନାହିଁ। ଅଧରପଣା ଭୋଗ ହେବା ପୂର୍ବରୁ ମହାସୁଆରମାନେ ଥାଇ ଭିତରଚ୍ଛ, ତଳିଚ୍ଛ ଓ ପାଳିଆ ପୁଷ୍ପାଳକ ଅଧର ଆଗରେ ଖଣ୍ଡେ ନୂଆ ଗାମୁଛା ଟେରା ଧରିଥାନ୍ତି। ଅଧରପଣା ହାଣ୍ଡି ଉପରେ ଖଣ୍ଡେ ଲେଖାଏ ଧଳା କରିଆ (ଜାଲି କନା) ପକାଯାଏ। ପବିତ୍ର ଜଳକୁ ଛାଣିବା ଉଦ୍ଦେଶ୍ୟରେ ଏହା ପକାଯାଇଥାଏ। ମହାସୁଆରମାନେ ପ୍ରତି ରଥ ଉପରେ ଅଧରହାଣ୍ଡିରେ ପଣା ପ୍ରସ୍ତୁତ କରିଥାନ୍ତି। ଏହାକୁ ପତ୍ରୀବଡୁ, ସୁଆରବଡ଼ୁ, ଗରାବଡ଼ୁ ପାଳିଆ ସେବକ ତିନିରଥ ଉପରେ ପୂଜାର୍ଚ୍ଚନା କରନ୍ତି। ଏହାପରେ ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ଭୋଗ ଲଗାଇଥାନ୍ତି। ଭୋଗ ହେବା ପରେ ଠାକୁରମାନଙ୍କ ସମ୍ମୁଖରେ ଏହି ପାତ୍ରମାନଙ୍କୁ ଭାଙ୍ଗି ଦିଆଯାଏ। ଜନଶ୍ରୁତିରୁ ଜଣାଯାଏ ତିନିରଥ ଉପରେ ଠାକୁରମାନଙ୍କୁ ଅର୍ପିତ ଅଧରପଣା ଭୋଗ ରଥର ପାର୍ଶ୍ୱ ଦେବଦେବୀ, ଅନ୍ୟାନ୍ୟ ଚଣ୍ଡୀ ଚାମଣ୍ଡା ଓ ଅଶରୀରୀମାନଙ୍କ ପାଇଁ ଉଦ୍ଦିଷ୍ଟ। କାରଣ ସଚରାଚର ବିଶ୍ୱ ବ୍ରହ୍ମାଣ୍ଡର ହିତ ସାଧନ ନିମନ୍ତେ ମହାପ୍ରଭୁ ନବଦିନାତ୍ମକ ଯାତ୍ରା କରିଥାନ୍ତି। ଏହି ଚଣ୍ଡୀ ଚାମୁଣ୍ଡା ପ୍ରଭୃତିଙ୍କ ପାଇଁ ସମର୍ପଣର ପ୍ରଥା ନାହିଁ। ଏଣୁ ଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ସେମାନଙ୍କୁ ତୃପ୍ତ କରିବା ପାଇଁ ଏଭଳି ବିଧାନ ବହୁ ପ୍ରାଚୀନ କାଳରୁ ରହିଆସିଛି। ଏଥିପାଇଁ ଅଧରପଣା ହାଣ୍ଡିମାନଙ୍କୁ ରଥ ଉପରେ ଭାଙ୍ଗି ଦିଆଯାଏ। ଏହି କାରଣରୁ ସାଧାରଣତଃ ଅନ୍ୟ କେହି ଏହି ଅମୃତୋପମ ପଣାକୁ ସେବନ କରି ନ ଥାନ୍ତି ବୋଲି ଡ. ଦାଶ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri