ଅଧା ପ୍ରସବ ବେଳେ ଲେବର୍‌ ରୁମ୍‌ରୁ ପଳାଇଲେ ଡାକ୍ତର: ନବଜାତ ଶିଶୁପୁତ୍ର ମୃତ୍ୟୁକୁ ନେଇ ପରିବାରଲୋକଙ୍କ ଅଭିଯୋଗ

ରଣପୁର,୧୯।୩(ବ୍ୟୁରୋ): ଅଧା ପ୍ରସବ ବେଳେ ଲେବର ରୁମ୍‌ ଛାଡ଼ି ପଳାଇଲେ ଡାକ୍ତର। ଚିକିତ୍ସା ଅବହେଳାରୁ ନବଜାତକ ଶିଶୁର ମୃତ୍ୟୁ। ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅଘଟଣ ଘଟିଥିବା ନେଇ ଗୁରୁବାର ମହିଳାଙ୍କ ପରିବାରଲୋକେ ଅଭିଯୋଗ କରିଛନ୍ତି।

ସୂଚନାନୁଯାୟୀ, ଉକ୍ତ ବ୍ଲକ ଅନ୍ତର୍ଗତ ସାନକିଲ ଗ୍ରାମର ପ୍ରମୋଦ ସାହୁଙ୍କ ସ୍ତ୍ରୀଙ୍କ ପ୍ରସବ ବେଦନା ହୋଇଥିଲା। ତାଙ୍କୁ ପରିବାରଲୋକେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଅଧା ପ୍ରସବ ସମୟରେ ଡାକ୍ତର ଛାଡ଼ି ପଳାଇଥିଲେ। ତେବେ ତାଙ୍କର ଏକ ଶିଶୁପୁତ୍ର ଜନ୍ମ ହେବା ସମୟରେ ଷ୍ଟାଫ୍‌ ନର୍ସମାନେ ଶିଶୁପୁତ୍ରକୁ ଭିଡି ବାହାର କରୁଥିବା ବେଳେ ତାର ମୃତ୍ୟୁ ଘଟିଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ପୂର୍ବରୁ ପ୍ରମୋଦ ତାଙ୍କ ସ୍ତ୍ରୀଙ୍କୁ ଏହି ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ବିଭାଗରେ କାମ କରୁଥିବା ଡାକ୍ତରଙ୍କ ନିକଟରେ ଚିକିତ୍ସା କରାଉଥିଲେ। ତେବେ ଆସନ୍ତା ମାସରେ ତାଙ୍କ ତାରିଖ ଦିଆଯାଇଥିଲେ ହେଲେ ହେଁ ତାଙ୍କର ଗର୍ଭ ଯନ୍ତ୍ରଣା ହେବାରୁ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା। ହେଲେ ଡାକ୍ତର ପ୍ରସବ ପାଇଁ ତାଙ୍କୁ ଇଞ୍ଜେକ୍‌ସନ ଦେଇ ଅଧାରୁ ଛାଡ଼ି ଚାଲିଯିବା ଫଳରେ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ପ୍ରମୋଦ ଏବଂ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନେଇ ବୁଧବାର ରାତିରୁ ଡାକ୍ତରଖାନାରେ ଉତ୍ତେଜନା ଲାଗି ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri