ଅଧା ବାଟରେ ରୋଗୀଙ୍କୁ ଛାଡ଼ି ଚାଲିଗଲା ଆମ୍ବୁଲାନ୍ସ

ଛତ୍ରପୁର/ ଗଞ୍ଜାମ,୨୫ା୧(ଡି.ଏନ.ଏ.)-ଟଙ୍କା ନ ଦେବାରୁ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କୁ ଅଧାବାଟରେ ଓହ୍ଲାଇ ଦେଇ ଚାଲିଗଲା। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲାରେ। ଜିଲାପାଳଙ୍କ ନିର୍ଦ୍ଦେଶ ପରେ ସମ୍ପୃକ୍ତ ଆଉଟ୍‌ସୋର୍ସିଂ ସଂସ୍ଥା କାର୍ଯ୍ୟରେ ଅବହେଳା କରିଥିବା ୧୦୮ ଆମ୍ବୁଲାନ୍ସର ୩ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ଚାଳକ ସରୋଜ ପାଢୀ, ପାଇଲଟ ପ୍ରଦୀପ କୁମାର ଗୌଡ, ଆଟେଣ୍ଡାଣ୍ଟ ଜି. କ୍ରିଷ୍ଣା।
ଅନୁଯାୟୀ, କୁକୁଡ଼ାଖଣ୍ଡି ବ୍ଲକ ଅଞ୍ଚଳର ଅନାମ ଦାସଙ୍କ ସାନପୁଅ ସାହିଲ ଅସୁସ୍ଥ ଥିବାରୁ ୩ଦିନ ହେବ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଶୁକ୍ରବାର ଡାକ୍ତର ତାଙ୍କୁ କଟକ ବଡ ମେଡିକାଲକୁ ରେଫର କରିଥିଲେ। ଅନାମ ଓ ତାଙ୍କ ସ୍ତ୍ରୀ ପୁଅଙ୍କୁ ଧରି ୧୦୮ ଆମ୍ବୁଲାନ୍ସ (ନଂ.ଓଡି୦୨ବିଏଚ୍‌-୧୨୪୩)ରେ କଟକ ବଡ଼ ମେଡିକାଲ ଯିବାକୁ ବାହାରିଥିଲେ। ପୂର୍ବାହ୍ନରେ ଆମ୍ବୁଲାନ୍ସ ଷ୍ଟାଫ୍‌ ଅନାମଙ୍କୁ ଟଙ୍କା ମାଗିଥିଲେ। ଟଙ୍କା ଦେବାକୁ ଅସମର୍ଥ ହେବାରୁ ସମସ୍ତଙ୍କୁ ଗଞ୍ଜାମ ନିକଟରେ ଓହ୍ଲାଇ ଦେଇ ପଳାଇଥିଲେ। ସ୍ଥାନୀୟ ଅଞ୍ଚଳର ସ୍ବେଚ୍ଛାସେବୀ ଆର୍ଥିକ ସହାୟତା କରିବା ସହ ଗଞ୍ଜାମ ମେଡିକାଲରୁ ୧୦୮ ଆମ୍ବୁଲାନ୍ସକୁ ଡାକି ପୁଣି ବ୍ରହ୍ମପୁରର ବଡ ମେଡିକାଲରେ ପଠାଇଥିଲେ।
ପାଇ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଉକ୍ତ ଗାଡିର ସମସ୍ତ ଷ୍ଟାଫଙ୍କୁ ନିଲମ୍ବିତ କରିବାକୁ ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ (ଡିପିଏମ୍‌) ଶ୍ୟାମସୁନ୍ଦର ତ୍ରିପାଠୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲାପାଳଙ୍କ ଉକ୍ତ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ଡିପିଏମ୍‌ ତ୍ରିପାଠୀ ଆଉଟସୋର୍ସିଂ ସଂସ୍ଥା କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ସଂସ୍ଥା ପକ୍ଷରୁ ସେମାନଙ୍କୁ ନିଲମ୍ବିତ କରାଯାଇଥିବା ଯୋଗାଯୋଗ ବେଳେ ଡିପିଏମ୍‌ ତ୍ରିପାଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri