ଅଧାବାଟରେ ଖରାପ ହୋଇଗଲା ୧୦୮ ଆମ୍ବୁଲାନ୍ସ

ଛେଣ୍ଡିପଦା,୨୧।୯(ସ୍ବ.ପ୍ର.): ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଅଧା ବାଟରେ ଖରାପ ହୋଇଗଲା। ଫଳରେ ଆମ୍ବୁଲାନ୍ସ ଭିତରେ ଦୀର୍ଘସମୟ ଧରି ଛଟପଟ ହେଲେ ରୋଗୀ। ସରକରୀ ଆମ୍ବୁଲାନ୍ସ ନ ଆସିବାରୁ ଶେଷରେ ରୋଗୀଙ୍କ ସମ୍ପର୍କୀୟମାନେ ଏକ ଅଟୋ ଯୋଗେ ଗୁରୁତର ରୋଗୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆଠାରେ ସୋମବାର ଏଭଳି ଘଟଣା ଦେଖିବାକୁ ମିଳିଛି।

ଘଟଣାରୁ ପ୍ରକାଶ, ବାଗଡିଆ ମାହାର ସାହିର ପିଙ୍କି ମାହାର ହଠାତ୍‌ ଅସୁସ୍ଥ ହୋଇ ପଡିଥିଲେ। ପରିବାର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଛେଣ୍ଡିପଦା ଡାକ୍ତରଖାନାକୁ ନେଉଥିବାବେଳେ ବାଗଡିଆ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଆମ୍ବୁଲାନ୍ସଟି ଖରାପ ହୋଇଯାଇଥିଲା। ରୋଗୀଜଣଙ୍କ କଷ୍ଟ ପାଉଥିଲେ ମଧ୍ୟ ଏ ନେଇ ୧୦୮ ଆମ୍ବୁଲାନ୍ସ ପକ୍ଷରୁ କୌଣସି ତ୍ୱରିତ ପଦକ୍ଷେପ ନିଆଯାଇ ନ ଥିଲା। ଖବରପାଇ ପ୍ରାୟ ଅଧ ଘଣ୍ଟା ପରେ ରୋଗୀଙ୍କ ସମ୍ପର୍କୀୟ ବଜାରରୁ ଏକ ଅଟୋ ବୁଝି ସେଠାରେ ପହଞ୍ଚିବା ସହ ସେଥିରେ ରୋଗୀଙ୍କୁ ଛେଣ୍ଡିପଦା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ। ଘଟଣା ଜଣାପଡ଼ିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୧୦୮ ଆମ୍ବୁଲାନ୍ସର ଆବଶ୍ୟକ ରକ୍ଷଣାବେକ୍ଷଣ ଓ ମରାମତି କରାଯାଉ ନ ଥିବା ଯୋଗୁ ବାରମ୍ବାର ଏଭଳି ଘଟଣା ଘଟୁଥିବା ଓ ରୋଗୀମାନେ ହଇରାଣ ହେଉଥିବା ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri