ଅଧାବାଟରେ ପଙ୍କଚର ହେଲା ୧୦୮: ମେଡ଼ିକାଲ ଡେରିରେ ପହଞ୍ଚି ଗଲା ରୋଗୀଙ୍କ ଜୀବନ

ରାୟଗଡା ଅଫିସ, ୧୬।୧୦: ରୋଗୀଙ୍କୁ ଧରି ଆସୁଥିଲା ୧୦୮ ଆମ୍ବୁଲାନ୍ସ। କିନ୍ତୁ ତାହା ଅଧାବାଟରେ ପଙ୍କଚର ହୋଇଗଲା। ଦୁଇଘଣ୍ଟା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ବ୍ୟବସ୍ଥା କରି ରୋଗୀଙ୍କୁ ଡାକ୍ତରଖାନା ପଠାଗଲା। କିନ୍ତୁ ଠିକ୍‌ ସମୟରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ନପାଇ ଚିକିତ୍ସାଧୀନ ଅବସ୍ଥାରେ ରୋଗୀଙ୍କ ମୃତ୍ୟୁ ହୋଇଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ବୁଧବାର ଏଭଳି ଅଭାବନୀୟ ଘଟଣା ଘଟିଛି।
କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତ ସଦର ଗ୍ରାମର ସୋମନାଥ ବିଡ଼ିକାଙ୍କ ସ୍ତ୍ରୀ କଲ୍ୟାଣୀ (୨୦) ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। କଲ୍ୟାଣୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ନେବା ପାଇଁ ସୋମନାଥ ୧୦୮କୁ ଯୋଗାଯୋଗ କରିଥିଲେ। ଆମ୍ବୁଲାନ୍ସ ସେଠାରେ ପହଞ୍ଚତ୍ କଲ୍ୟାଣୀଙ୍କୁ ଡାକ୍ତରଖାନା ଆଣୁଥିଲା। କିନ୍ତୁ ୪ କିମି ପୂର୍ବରୁ ଆମ୍ବୁଲାନ୍ସ ଟାୟାର ପଙ୍କଚର୍‌ ହୋଇଯାଇଥିଲା। ପରେ ଆମ୍ବୁଲାନ୍ସ କର୍ମଚାରୀ ୧୦୨କୁ ଖବର ଦେଇଥିଲେ। ଦୀର୍ଘ ୨ଘଣ୍ଟା ପରେ ୧୦୨ ସେଠାରେ ପହଞ୍ଚି କଲ୍ୟାଣୀଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲା। ସେଠାରେ କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri