Posted inଜାତୀୟ

ଅଧାରେ ରହିଗଲା ଦୁବାଇ ସ୍ବପ୍ନ: ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ

ଅମରାବତୀ,୨୩।୯: ସୋସିଆଲ ମିଡିଆରେ ଟିକ୍‌ଟକ୍‌ ଭିଡିଓର ଏବେ ଟ୍ରେଣ୍ଡ ଚାଲିଥିବା ବେଳେ ଏଥିଯୋଗୁ କେତେକଙ୍କ ଜୀବନ ମଧ୍ୟ ଯାଇସାରିଲାଣି। ହେଲେ କାହାରିବି ଚେତା ପଶୁନି। କିଛି ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ତେଲେଙ୍ଗାନାର ନିଜାମାବାଦରେ। ସୂଚନାଯୋଗ୍ୟ, ତେଲେଙ୍ଗାନାର ଗୋନୁଗୋପାଲ୍ଲା ଗଁାରେ ରହୁଥିବା ଦିନେଶ(୨୩) ନାମକ ଜଣେ ଯୁବକ ନିଜର କିଛି ସାଙ୍ଗଙ୍କ ସହ ଶୁକ୍ରବାର ନିଜାମାବାଦର ଏକ ନଦୀକୁ ବୁଲି ଯାଇଥିଲେ। ଟିକ୍‌ଟକ୍‌ରେ ଭିଡିଓ କରିବା ପାଇଁ ଦିନେଶ ପାଣିକୁ ଓହ୍ଲାଇଥିଲେ। ସେ ଭିଡିଓ କରୁଥିବା ବେଳେ ହଠାତ୍‌ ନଦୀର ଜଳସ୍ତର ବଢ଼ିଯିବାରୁ ତାଙ୍କ ସହ ୨ଜଣ ସାଙ୍ଗ ମଧ୍ୟ ଭାସିଯାଇଥିଲେ। ହେଲେ ୨ଜଣ ଭାସୁଥିବାର ଦେଖି ଗଁାଲୋକେ ତାଙ୍କୁ ଉଦ୍ଧାର କରିଥିବା ବେଳେ ଦିନେଶ ଭାସିଯାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦିନେଶଙ୍କୁ ବହୁ ଖୋଜାଖୋଜି କରିଥିଲା। ତେବେ ଦୀର୍ଘ ୪୮ ଘଣ୍ଟାର ଉଦ୍ୟମ ପରେ ଅର୍ଥାତ୍‌ ରବିବାର ଯୁବକଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ସୂଚନାମୁତାବକ ଦିନେଶଙ୍କୁ ଚଳିତ ମାସ ଶେଷ ସୁଦ୍ଧା ଚାକିରି ପାଇଁ ଦୁବାଇ ଯିବାର ଥିଲା। ହେଲେ ଅଧାରେ ରହିଗଲା ତାଙ୍କର ସବୁ ସ୍ବପ୍ନ। ଦିନେଶଙ୍କ ମୃତ୍ୟୁ ପରେ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri