ଅଧିକ ପୁରୁଣା ବିମାନର ଇଞ୍ଜିନ ବଦଳାଇବ ଇଣ୍ଡିଗୋ

ନୂଆଦିଲ୍ଲୀ,୨୪-୧୨: ଏୟାର ବସ୍‌ ଏସିଇ ଏ୩୨୦ ନିଓ ବିମାନ ଇଞ୍ଜିନର ନିରାପତ୍ତାକୁ ନେଇ ସରକାର ଏବେ କାର୍ଯ୍ୟାନୁଷ୍ଠାନ ନେଉଥିବା ଦେଖାଯାଇଛି। ଏହି ଆଧାରରେ ବିମାନ କମ୍ପାନୀଗୁଡିକ ସେମାନଙ୍କ କୌଶଳରେ ପରିବର୍ତ୍ତନ କରିବେ ବୋଲି ବଜାର ବିଶେଷଜ୍ଞମାନେ କହିଛନ୍ତି। ବଜେଟରେ ବିମାନ ସେବା ଯୋଗାଉଥିବା କମ୍ପାନୀ ଇଣ୍ଡିଗୋ ଏହି ଆଧାରରେ ଏହା ନିକଟରେ ଥିବା ଅଧିକ ପୁରୁଣା ବିମାନର ଇଞ୍ଜିନ ବଦଳାଇବ। ପୂର୍ବର ଧାର୍ଯ୍ୟ କାର୍ଯ୍ୟକ୍ରମଠାରୁ ଏହି ଧାରା ଅଧିକ ହେବ ବୋଲି କୁହାଯାଉଛି। ପ୍ରାଟ ଆଣ୍ଡ ହ୍ବିଟନି ଦ୍ୱାରା ନିର୍ମାଣ କରାଯାଇଥିବା ବିମାନ ଇଞ୍ଜିନଗୁଡିକର ନିରାପତ୍ତାକୁ ସରକାର ଏବେ ଗୁରୁତ୍ୱ ସହ ନେଇଛନ୍ତି। ଏହି ବିମାନ ଇଞ୍ଜିନ ମଝି ଆକାରରେ ହୁଏତ କାମ କରିବା ବନ୍ଦ କରିପାରେ। ଯାହା ଯାତ୍ରୀଙ୍କ ନିରାପତ୍ତାକୁ ପ୍ରଭାବିତ କରିବ ବୋଲି ବେସାମରିକ ବିମାନ ଚଳାଚଳ ମୁଖ୍ୟ ଅରୁଣ କୁମାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଇଣ୍ଡିଗୋ ପୂର୍ବରୁ ୧୧୦ ବିମାନର ଇଞ୍ଜିନ ବଦଳାଇବାକୁ କହିଥିଲା ମାତ୍ର ନୂଆ ନିୟମ ଯୋଗୁ ଏହା ୧୩୦ ବିମାନକୁ ବଢାଇଥିବା ସରକାରଙ୍କ ସୂଚନାରୁ ସ୍ପଷ୍ଟ ହୋଇଛି। ପ୍ରଭାବିତ ସ୍ଥିତିରେ ଥିବା ଯାନଗୁଡିକ ଅପଗ୍ରେଡ କରାଇବା ପରେ ପୁଣି ଥରେ ଚାଲୁ କରାଇବା ଲାଗି କମ୍ପାନୀଗୁଡିକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?