ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଇବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନା (କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ସମଗ୍ର ଦେଶ ଲକ୍‌ଡାଉନ୍‌ରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି ବନ୍ଦ ରହିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଅସହାୟ ଶ୍ରମିକମାନେ ନିଜ ଘରକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ ଥିବାରୁ ଅନେକ ଶ୍ରମିକ ପିଲାଛୁଆଙ୍କୁ ଧରି ଭୋକ ଉପାସରେ ମାଇଲ ମାଇଲ ଦୂର ରାଜପଥ ଓ ଟ୍ରେନ୍‌ ଲାଇନ ଉପରେ ଚାଲି ଚାଲି ଯାଉଛନ୍ତି। ଲାଇନ ଉପରେ ଯାଉଥିବା ବେଳେ ଟ୍ରେନ୍‌ ଧକ୍କାରେ କେତେକ ଶ୍ରମିକଙ୍କର ପ୍ରାଣହାନି ହୋଇଛି। କୌଣସି ସୁବିଧା ନ ଥିବାରୁ ଶ୍ରମିକମାନେ ନିଜ ପେଟରୁ କାଟି ବସ୍‌ଭଡା ଦେଇ ଆସୁଛନ୍ତି। ଏ ନେଇ କେନ୍ଦ୍ର ସରକାର ଉଦ୍‌ବେଗ ପ୍ରକାଶ କରିବା ସହ ସେହି ଶ୍ରମିକମାନେ ଯେପରି ଚାଲି ଚାଲି ନ ଯିବେ ସେଥିପାଇଁ କେନ୍ଦ୍ର ସରକାର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଇବା ଆରମ୍ଭ କରିଛନ୍ତି। ସେହି ଟ୍ରେନ୍‌ଗୁଡିକୁ ରାଜ୍ୟକୁ ଯିବା ଲାଗି ଅନୁମତି ଦେବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ସୋମବାର ମନ୍ତ୍ରଣାଳୟ ସଚିବ ଅଜୟ ଭାଲ୍ଲା ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି। ଯଦି କୌଣସି ଶ୍ରମିକ ରେଳ ଧାରଣା କିମ୍ବା ରାସ୍ତାରେ ଚାଲି ଚାଲି ଯାଉଥିବା ନଜରକୁ ଆସିବ ସେମାନଙ୍କୁ ବୁଝାଶୁଝା କରି ନିକଟରେ ଥିବା ଅସ୍ଥାୟୀ ଆଶ୍ରୟ ସ୍ଥଳକୁ ନେଇ ଖାଦ୍ୟ ପାନୀୟ ବ୍ୟବସ୍ଥା କରିବାକୁ କୁହାଯାଇଛି। ଶ୍ରମିକ ସ୍ପେଶାଲ ଟ୍ରେନ୍‌ କିମ୍ବା ବସ୍‌ରେ ସେମାନଙ୍କ ଘରକୁ ଯିବାକୁ ଅନୁମତି ଦେବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ରେଳ ମନ୍ତ୍ରଣାଳୟ ସହିତ ସମନ୍ବୟ ରକ୍ଷା କରି ବହୁ ସଂଖ୍ୟାରେ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଇବାକୁ ପରାମର୍ଶ ଦିଆଯାଇଛି। ଏହାଦ୍ୱାର ଅସହାୟ ଅବସ୍ଥାରେ ଥିବା ଶ୍ରମିକମାନେ ସୁବିଧାରେ ନିଜର ଗନ୍ତବ୍ୟସ୍ଥଳକୁ ଯାଇ ପାରିବେ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri