Posted inରାଜ୍ୟ

ଅଧିକ ସହାୟତା ଦାବି କଲା ଆଇନସେବା ପ୍ରାଧିକରଣ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ଅଳସୁଆ ହାଟଠାରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ଜଣ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୫ଜଣ ଆହତ ହୋଇଥିଲେ। ସୋମବାର ଜିଲା ଆଇନସେବା ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ କ୍ଷୀରୋଦ କୁମାର ଦାସଙ୍କ ନିର୍ଦ୍ଦେଶରେ ସଚିବ ଅରୁଣ ପଟ୍ଟନାୟକ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ, ପାରା ଲିଗାଲ ଭଲ୍ୟୁଣ୍ଟିୟର କବିତା ବେହେରା ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ସ୍ଥାନୀୟ ଲୋକ ଓ ପ୍ରତ୍ୟକ୍ଷଦର୍ଶୀଙ୍କ ସହିତ ସେମାନେ ଆଲୋଚନା କରିଥିଲେ। ଏଥିସହିତ ଦୁର୍ଘଟଣାସ୍ଥଳର ପାରିପାର୍ଶ୍ୱିକ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହାପରେ ମୃତ ପରିବା ବ୍ୟବସାୟୀଙ୍କ ପରିବାର, ଆହତ ବ୍ୟକ୍ତି ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଭେଟିଥିଲେ। ସମ୍ପୃକ୍ତ ପରିବାରଗୁଡ଼ିକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ଅନୁରୋଧ କରିଥିଲେ। ଦୁର୍ଘଟଣାରେ ମୃତ ସିଦ୍ଧପଡା ଗ୍ରାମର ପରିବା ବ୍ୟବସାୟୀ ମାୟାଧର ମଲିକଙ୍କ ୪ ସନ୍ତାନ ମଧ୍ୟରୁ ୩ଜଣଙ୍କ ପାଠ ପଢା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ପରିବାରକୁ ସାହାଯ୍ୟ କରିବା ପାଇଁ ଜଣେ ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri