ଅଧିକାରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ

ବଇଣ୍ଡା, ୬ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଭାଗୃହଠାରେ ବୁଧବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅତିଥିଭାବେ ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ପରେଶ ଦେଓ, ବିଡିଓ ଅମୃତା ପ୍ରିୟମ୍ବଦା, ବ୍ଲକ ଉପାଧ୍ୟକ୍ଷ ସୁନୀଲ କୁମାର ପ୍ରଧାନ, ସହକାରୀ ନିର୍ବାହୀଯନ୍ତ୍ରୀ ସୁନୀଲ କୁମାର ସିଂ, ଜିପିଓ ସୁଜାତା ତ୍ରିପାଠୀ, ଜିଲା ପରିଷଦ ସଦସ୍ୟ ଅର୍ଜୁନ କୁମାର ପାଣ୍ଡେଙ୍କ ସମେତ ୨୩ଟି ପଞ୍ଚାୟତର ସମିତି ସଭ୍ୟ, ସରପଞ୍ଚ ଯୋଗ ଦେଇଥିଲେ। ତେବେ ବୈଠକରେ ବିଦ୍ୟୁତ୍‌ ଓ ବନ ବିଭାଗର କୌଣସି ଅଧିକାରୀ ଉପସ୍ଥିତ ନ ଥିବାରୁ ଜନ ପ୍ରତିନିଧିଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ମନଇଚ୍ଛା ବିଲ୍‌ ଆଦାୟ କରୁଥିବା, ଭୁଲ ଥିବା ବିଲ୍‌ଗୁଡିକ ସଂଶୋଧନ କରୁ ନ ଥିବା ଆଦି ନେଇ ସରପଞ୍ଚମାନେ ଅଭିଯୋଗ ଆଣିଥିଲେ। ସେହିପରି ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଯୋଗୁ ଚାଷ ନଷ୍ଟ ହେଉଥିବାବେଳେ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକାର କରାଯାଉ ନ ଥିବା ଏପରିକି ସଚେତନତା କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଉ ନ ଥିବା ନେଇ ସମିତି ସଭ୍ୟମାନେ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ଜିଲାପାଳ ଓ ବିଭାଗୀୟ ମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରାଯିବ ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏଥିସହ ବଇଣ୍ଡା କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ ଜମିରେ ସ୍କୁଲ ଗୃହ ନିର୍ମାଣ କରାଯିବାକୁ ଥିବାବେଳେ ସେଠାରେ ରାସ୍ତା ନିର୍ମାଣ କରୁଥିବା ଠିକାସଂସ୍ଥା ବିଳମ୍ବ କରୁଥିବା ସରପଞ୍ଚ ଜଳଧର ସାହୁ ଅଭିଯୋଗ କରିଥିଲେ। କଦଳୀମୁଣ୍ଡା, ଜାମ୍ବୁନାଳୀଠାରେ ନୂତନ ଅଙ୍ଗନଓ୍ବାଡି ଗୃହ ନିର୍ମାଣ ପାଇଁ ବୈଠକରେ ଦାବି ହୋଇଥିଲା। ଏଥିସହ ସ୍ବାସ୍ଥ୍ୟ, ରାସ୍ତାଘାଟ, ପାନୀୟଜଳ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା।
ଏ ସମ୍ପର୍କରେ ଆଠମଲ୍ଲିକ ଡିଏଫ୍‌ଓ ସମ୍ୟକ ସାମନ୍ତରା କୁହନ୍ତି, ପଞ୍ଚାୟତ ସମିତି ବୈଠକରେ ବନ ବିଭାଗ କର୍ମଚାରୀଙ୍କ ଅନୁପସ୍ଥିତିକୁ ନେଇ ମୋ ପାଖରେ ଖବର ନାହିଁ। ଏହାର ତଦନ୍ତ କରାଯିବ। ବାମୁର ବିଦ୍ୟୁତ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ଉମାକାନ୍ତ ବେହେରା କହିଛନ୍ତି, ବୈଠକ ସମ୍ପର୍କରେ ମୋ ପାଖରେ ସୂଚନା ନାହିଁ। ତେଣୁ ଯୋଗ ଦେଇପାରିନାହୁଁ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri