ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ଅସଦାଚରଣ ଘଟଣା: ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ଉଦଳା,୨୪ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଥିବା ଏକ ମହାବିଦ୍ୟାଳୟର ଅଧ୍ୟକ୍ଷ ଜଣେ ଅଧ୍ୟାପିକାଙ୍କୁ ଅସଦାଚରଣ କରିବା ଘଟଣାକୁ ନେଇ ସ୍ଥାନୀୟ ଗ୍ରାମବାସୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅଧ୍ୟାପିକାଙ୍କ ଅଭିଯୋଗ କ୍ରମେ ମଙ୍ଗଳବାର ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଥିବା ବେଳେ ବୁଧବାର ଅସନ୍ତୁଷ୍ଟ ଗ୍ରାମବାସୀ ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ସକାଳ ୮ଟାରୁ ମଧ୍ୟାହ୍ନ ସାଢେ ୧୨ଟା ପର୍ଯ୍ୟନ୍ତ ତାଲା ପଡି ରହିବାରୁ ମହାବିଦ୍ୟାଳୟର ଅଧ୍ୟାପିକା, ଅଧ୍ୟାପକ, ଛାତ୍ରୀଛାତ୍ର ଏବଂ କର୍ମଚାରୀମାନେ ଫାଟକ ବାହାରେ ଅଟକି ରହିଥିଲେ। ଖବରପାଇ ଉଦଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ପରେ ଫାଟକରୁ ତାଲା ଖୋଲାଯାଇଥିଲା । ୪ ମାସ ତଳେ ଖାତାଦେଖା ବାହାନାରେ ଅଧ୍ୟାପିକାଙ୍କୁ ବାଲେଶ୍ୱର ସ୍ଥିତ ନିଜ ବାସଭବନକୁ ନେଇ ଅଧ୍ୟକ୍ଷ ଅସଦାଚରଣ କରିଥିବା ସୋମବାର ଅଧ୍ୟାପିକା ଉଦଳା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମଙ୍ଗଳବାର ଏକ ମାମଲା ରୁଜୁ କରି ମହାବିଦ୍ୟାଳୟକୁ ଯାଇ ଅଧ୍ୟକ୍ଷଙ୍କ ଅଫିସର କାଗଜପତ୍ର ଯାଞ୍ଚ କରି ଫେରିଛି। ଅଧ୍ୟକ୍ଷ ମହାବିଦ୍ୟାଳୟକୁ ଆସୁ ନ ଥିବାରୁ ପୋଲିସ ତାଙ୍କୁ ପଚରାଉଚରା କରିପାରି ନାହିଁ। ତେବେ ଅଧ୍ୟକ୍ଷଙ୍କ ଗିରଫ ଦାବିରେ ଗ୍ରାମବାସୀ ମହାବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିବା କହିଛନ୍ତି। ଶିକ୍ଷା ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଏଥିରେ ହସ୍ତକ୍ଷେପ କରିବାକୁ ଗ୍ରାମବାସୀ ମଧ୍ୟ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri