ଅନାବୃଷ୍ଟି ଯୋଗୁ ଚାଷ କାର୍ଯ୍ୟରେ ବ୍ୟାଘାତ, କାଦୋଦର ଗ୍ରାମରେ ବର୍ଷା ପାଇଁ ଇନ୍ଦ୍ରପୂଜା, ହୋମଯଜ୍ଞ

ଅମରପାଲି,୩୦ା୭(ଡ଼ି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ଗ୍ରାମରେ ବର୍ଷା ପାଇଁ ଇନ୍ଦ୍ରପୂଜା ଓ ହୋମଯଜ୍ଞ କରାଯାଇଛି। ଚଳିତବର୍ଷ ବିଳମ୍ବ ବର୍ଷା ସହିତ ଅନାବୃଷ୍ଟି ଯୋଗୁ ଚାଷ କାର୍ଯ୍ୟରେ ବ୍ୟାଘାତ ଦେଖାଯାଇଛି। ପରମ୍ପରା କ୍ରମେ ଭଲବର୍ଷା ପାଇଁ ଗାଁ ଗାଁରେ ଘୃତଯଜ୍ଞ ସହିତ ଇନ୍ଦ୍ରପୂଜା କରାଯାଇଥାଏ। ଏହି କ୍ରମରେ ଗ୍ରାମର ସିଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଚଳିତବର୍ଷ ଇନ୍ଦ୍ରପୂଜା ସହିତ ହୋମଯଜ୍ଞ, ମହା ଜଳଶାୟୀ ଓ ତୁଳସୀ ରାମାୟଣ କରାଯାଇଛି। ଏଥିରେ ଯଜ୍ଞ ଆଚାର୍ଯ୍ୟ ସୀତାରାମ ପାଢ଼ୀ, ପୁରୋହିତ ବଳରାମ ପଣ୍ଡା, ଚରୁହୋତ୍ରୀ ଆଶୁତୋଷ ପୁରୋହିତ, ଯପକ କାମପାଳ ମିଶ୍ର, କର୍ତ୍ତାଭାବେ ମନୋଜ କୁମାର ବେହେରାମାଳୀ ଓ ତାଙ୍କ ସ୍ତ୍ରୀ ସଚଳା ବେହେରାମାଳି କାର୍ଯ୍ୟ ତୁଲାଇଥିଲେ। ପୂଜାର୍ଚ୍ଚନା, ଘୃତଯଜ୍ଞ ସହିତ ମହା ଜଳଶାୟୀ ମଧ୍ୟ କରାଯାଇଥିଲା। ଏହି ଅବସରରେ ମନ୍ଦିର ପରିସରରେ ତୁଳସୀ ରାମାୟଣ ପାରୟଣ ମଧ୍ୟ କରାଯାଇଥିଲା। ଏଥିରେ ରଘୁବୀର ମିଶ୍ର ବ୍ୟାସଭାବେ ପାରାୟଣ ପଠନ କରିଥିଲେ। ମନ୍ଦିରରେ ଶତାଧିକ ଭକ୍ତଙ୍କ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri