ଅନିଲ ଜେନା ହତ୍ୟା ମାମଲା: ହତ୍ୟାକାରୀଙ୍କୁ ଖୋଜୁ ଖୋଜୁ ଧରାପଡ଼ିଲେ ଖଣି ମାଫିଆ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ପରି ଫେରାର ହତ୍ୟାକାରୀଙ୍କୁ ଖୋଜୁ ଖୋଜୁ ଧରାପଡିଲେ ଜଣେ ଖଣି ମାଫିଆ। ସେ ହେଲେ ଖୋର୍ଦ୍ଧା କୁମାରବସ୍ତ ଅଞ୍ଚଳର ରାଜେଶ ବରାଳ ଓରଫ ପିଣ୍ଟା। ସେ ଖୋର୍ଦ୍ଧା ଚୋରା ପଥର ଚାଲାଣ ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ମୋଷ୍ଟଓ୍ବାଣ୍ଟେଡ୍‌ ଥିଲେ। ଖଣ୍ଡଗିରି ପୋଲିସ ତାଙ୍କୁ ଉଠାଇ ନେଇ ପଚରାଉଚରା କରିବାବେଳେ ତା’ର ଅସଲ ଚେହେରା ପଦାକୁ ଆସିଥିଲା। ପରେ ପୋଲିସ ତାଙ୍କୁ ଏସ୍‌ଟିଏଫ୍‌କୁ ହସ୍ତାନ୍ତର କରିଛି।
ପୋଲିସ ସୂଚନା ଅନୁଯାୟୀ, ବାହାଦଲପୁର ଅନିଲ ଜେନା ହତ୍ୟା ମାମଲାରେ ଫେରାର ଥିବା ଅଭିଯୁକ୍ତ ରାଜାଙ୍କୁ ଧରିବା ପାଇଁ ଖଣ୍ଡଗିରି ପୋଲିସ ପକ୍ଷରୁ ଚଢାଉ ଚାଲିଛି। ରାଜା ଲିଙ୍କ୍‌ରେ ରାଜେଶ ଥିବା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ପାଇଥିଲା। ବୁଧବାର ବିଳମ୍ବିତ ରାତିରେ ପୋଲିସ ରାଜେଶଙ୍କ ଘର ଉପରେ ଚଢ଼ାଉ କରି ତାଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ପଚରାଉଚରାବେଳେ ରାଜେଶ ବେଆଇନ ପଥର ଖଣି ଖନନ ଓ ଚୋରା ଚାଲାଣ ମାମଲାରେ ସମ୍ପୃକ୍ତ ଥିବା ଜଣାପଡିଥିଲା। ପରେ ଖଣ୍ଡଗିରି ପୋଲିସ ଏସ୍‌ଟିଏଫ୍‌ ସହ ଯୋଗାଯୋଗ କରିଥିଲା। ଏସ୍‌ଟିଏଫ୍‌ ରାଜେଶଙ୍କୁ ନେଇ ପଚରାଉଚରା କରୁଛି। ଏହି ମାମଲାରେ ଜେଲରେ ଥିବା ଛୋଟା ଓ ଅନ୍ୟମାନଙ୍କ ପାଇଁ ରାଜେଶ କାମ କରୁଥିବା ଏସ୍‌ଟିଏଫ୍‌ ଜାଣିବାକୁ ପାଇଛି।
ନଭେମ୍ବର ୧୭ରେ ନିଶା କାରବାର ଓ ଭାଇ ଗିରିକୁ ନେଇ ସରକନ୍ତରା ଗ୍ରାମର ରାଜା, ଭରତ ରାଉତ ଓରଫ ବାପି, ଦୁର୍ଗା ପ୍ରସାଦ ସାହୁ ଓରଫ ହାପି ବାହାଦଲପୁର ଗ୍ରାମର ଅନିଲ ଜେନାଙ୍କୁ ଗୁଳିକରି ହତ୍ୟା କରିଥିଲେ। ଗତ ୨୪ ତାରିଖରେ ହାପି ଓ ବାପି ଗିରଫ ହୋଇଥିବାବେଳେ ରାଜା ଏବେବି ଫେରାର ଅଛନ୍ତି। ତାଙ୍କୁ ଧରିବାକୁ ପୋଲିସ ଟିମ୍‌ ଚଢ଼ାଉ ଜାରି ରଖିଛି। ହେଲେ ସେ କୌଣସି ମୋବାଇଲ୍‌ ଫୋନ୍‌ ବ୍ୟବହାର କରୁ ନ ଥିବାରୁ ପୋଲିସ ତାଙ୍କୁ ଠାବ କରିବା କଷ୍ଟକର ହୋଇପଡୁଥିବା ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri