ଅନିଶ୍ଚିତତାରେ ଓକିଲ ସଂଘ ନିର୍ବାଚନ

କଟକ ଅଫିସ,୫।୫: ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ବାରମ୍ବାର ନିର୍ବାଚନ ସ୍ଥଗିତ ହେବାରେ ଲାଗିଛି। ଆଗାମୀ ଦିନରେ ନିର୍ବାଚନ ହେବ କି ନାହିଁ, ତାହାକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ସମସ୍ତ ଓକିଲ ସଂଘକୁ ମଧ୍ୟବର୍ତ୍ତିକାଳୀନ କମିଟି ଗଠନ କରିବା ପାଇଁ ସୋମବାର ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟ ଆଇନଜୀବୀ ପରିଷଦର ସାଧାରଣ ସମ୍ପାଦକ ଜେ.କେ. ସାମନ୍ତସିଂହାରଙ୍କ କହିବାନୁଯାୟୀ, ବାର୍‌ କାଉନ୍‌ସିଲ ଅଫ୍‌ ଇଣ୍ଡିଆ ପକ୍ଷରୁ ମଧ୍ୟବର୍ତ୍ତିକାଳୀନ କମିଟି ଗଠନ ପାଇଁ ନିର୍ଦ୍ଦେଶ ମିଳିଛି। ଫଳରେ ପରିଷଦର ସ୍ବତନ୍ତ୍ର କମିଟି ପକ୍ଷରୁ ମଧ୍ୟବର୍ତ୍ତିକାଳୀନ କମିଟି ଗଠନ ନେଇ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରାଯାଇଛି। ଓକିଲ ସଂଘର ଦୈନନ୍ଦିନ କାର୍ଯ୍ୟ ପାଇଁ ଏହି କମିଟି ଗଠନ ହେବାକୁ ଥିବାବେଳେ ଆସନ୍ତା ନିର୍ବାଚନ ପର୍ଯ୍ୟନ୍ତ ଏହା କାର୍ଯ୍ୟ କରିବ। କମିଟି ଗଠନ ବେଳେ ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଜାରି କରାଯାଇଥିବା ଗାଇଡ୍‌ଲାଇନ୍‌କୁ ଓକିଲ ସଂଘଗୁଡ଼ିକ ପାଳନ କରିବା ଆବଶ୍ୟକ। ଆସନ୍ତା ୨୦ ତାରିଖ ସୁଦ୍ଧା ଏହି କମିଟି ଗଠନ କରିବାକୁ ହେବ। ଯଦି କୌଣସି ଓକିଲ ସଂଘ ଏଥିରେ ବିଫଳ ହୁଅନ୍ତି, ତେବେ ଅବଧି ଶେଷ ହେବାର ସାତ ଦିନ ଭିତରେ ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ମଧ୍ୟବର୍ତ୍ତିକାଳୀନ କମିଟି ଗଠନ କରାଯିବ ବୋଲି କୁହାଯାଇଛି।
ସୂଚନାଯୋଗ୍ୟ, ହାଇକୋର୍ଟ ସହ ସମସ୍ତ ଓକିଲ ସଂଘର ନିର୍ବାଚନ ମାର୍ଚ୍ଚ ୨୮ ତାରିଖରେ ହେବ ବୋଲି ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ସ୍ଥିର ହୋଇଥିଲା। ହାଇକୋର୍ଟ ସମେତ ସମସ୍ତ ଓକିଲ ସଂଘ ପକ୍ଷରୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏପରି କି ପ୍ରାର୍ଥିପତ୍ର ଦାଖଲ, ଯାଞ୍ଚ ଏବଂ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିଲା। କିନ୍ତୁ ନିର୍ବାଚନ ପୂର୍ବରୁ କରୋନା ଭୂତାଣୁ ସଂକ୍ରମଣ ଯୋଗୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ମାର୍ଚ୍ଚ ୧୫ ତାରିଖରେ ରାଜ୍ୟ ଆଇନଜୀବୀ ପରିଷଦ ତରଫରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇ ମାର୍ଚ୍ଚ ୨୮ ତାରିଖ ବଦଳରେ ଏପ୍ରିଲ୍‌ ୨୫ ତାରିଖରେ ଭୋଟ୍‌ ଗ୍ରହଣ ହେବ ବୋଲି ସ୍ଥିର କରାଯାଇଥିଲା। କିନ୍ତୁ ଏପ୍ରିଲ୍‌ ୧୫ ତାରିଖରେ ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଆଉ ଏକ ନିର୍ଦ୍ଦେଶନାମା ଜାରି କରାଯାଇ ଓକିଲ ସଂଘର ନିର୍ବାଚନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri