ଅନିୟମିତତା ପରେ କାର୍ଯ୍ୟାନୁଷ୍ଠାନ

ପୁରୀ ଅଫିସ୍‌/ନିମାପଡ଼ା/କାକଟପୁର(ଡି.ଏନ୍‌.ଏ),୧୪।୩:ଚଳିତ ମାଟ୍ରିକ ପରୀକ୍ଷାରେ ସ୍ବଚ୍ଛତା ଅବଲମ୍ବନ, ଛାତ୍ରୀଛାତ୍ର ଚାପମୁକ୍ତ ହୋଇ ଅବାଧରେ ଶାନ୍ତି ଶୃଙ୍ଖଳାର ସହ ପରୀକ୍ଷା ଦେବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ହେଲେ ପୁରୀ ଜିଲା ଅନ୍ତର୍ଗତ ବିଭିନ୍ନ ବ୍ଲକର ଏକାଧିକ ବିଦ୍ୟାଳୟରେ ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିବା ପରେ ପରୀକ୍ଷାରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିମାପଡ଼ା ବ୍ଲକର ହରିପୁର ଆଦର୍ଶ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଦେଉଥିବା ମୁକ୍ତ ବିଦ୍ୟାଳୟର ପିଲାଙ୍କୁ କପି ଦେବାକୁ ସୁଯୋଗ ଦେବା ନିମନ୍ତେ ହୋଇଥିବା ଡିଲ୍‌ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ କାକଟପୁର ଏବଂ ନୟାହାଟ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ରରେ ଦାୟିତ୍ୱରେ ଥିବା ଅଧିକାରୀ କାର୍ଯ୍ୟରେ ଅବହେଳା କରିବା ସହ ମୋବାଇଲ ଫୋନ ନେବା ଘଟଣା ବିଭାଗୀୟ ନିର୍ଦ୍ଦେଶକୁ ଅବମାନନା କରିଛି। ଏହିସବୁ ଘଟଣାରେ ସୋମବାର ପୁରୀ ଜିଲା ଶିକ୍ଷାଧିକାରୀ ବିଶ୍ୱଜିତ୍‌ ଘୋଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।
ହରିପୁର ଆଦର୍ଶ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ପରିଚାଳନା ପାଇଁ ନିୟୋଜିତ ସମସ୍ତ ଶିକ୍ଷକ, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ, ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ, ଇନ୍‌ଭିଜିଲେଟରଙ୍କ ସମେତ ୯ଜଣ କର୍ମଚାରୀଙ୍କୁ ପରୀକ୍ଷା ପରିଚାଳନାରୁ ହଟାଇ ଦିଆଯାଇଛି। ଏଥିସହ ଆସନ୍ତା ୨୦ ତାରିଖ ପରୀକ୍ଷା ଶେଷ ପର୍ଯ୍ୟନ୍ତ ସେମାନଙ୍କୁ ସ୍କୁଲ କ୍ୟାମ୍ପସ ଭିତରକୁ ପ୍ରବେଶ କରିବାରେ କଟକଣା ଜାରି ହୋଇଛି। ଏମାନଙ୍କ ସ୍ଥାନରେ ନୂତନ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ଭାବେ ନାଗବସ୍ତ ହାଇସ୍ତୁଲର ପ୍ରଧାନଶିକ୍ଷକ ତ୍ରିଲୋଚନ ବେହେରା, ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଭାବେ ନାଗବସ୍ତ ହାଇସ୍କୁଲ ଶିକ୍ଷକ ଭାସ୍କର ସାହୁ ଓ ଇନ୍‌ଭିଜିଲେଟର ଭାବେ ଦହିଜଙ୍ଗ ହାଇସ୍କୁଲର ସହକାରୀ ଶିକ୍ଷକ ରମାକାନ୍ତ ଓଝାଙ୍କ ସମେତ ନୂତନ ଶିକ୍ଷକଙ୍କୁ ପରୀକ୍ଷା ପରିଚାଳନା ଦାୟିତ୍ୱ ଦିଆଯାଇଥିବା ବ୍ଲକ ଶିକ୍ଷାଧିକାରୀ ଦ୍ୱିତିକାନ୍ତ ପ୍ରଧାନ ସୂଚନା ଦେଇଛନ୍ତି।
ସେହିପରି ସୋମବାର ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନରେ କାକଟପୁର ଓ ନୟାହାଟ ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇଜଣ ସୁପରିଣ୍ଟେଣ୍ଡେଣ୍ଟଙ୍କ ଖାମଖିଆଲ ମନୋଭାବ ଓ ପରୀକ୍ଷାରେ ଅନିୟମିତତା କରିବା କାରଣରୁ ଉଭୟଙ୍କୁ ନିଲମ୍ବନ କରାଯାଇଛି। ସେମାନଙ୍କ ସ୍ଥାନରେ ନୂଆ ସୁପରିଣ୍ଟେଣ୍ଡେଣ୍ଟ ନିଯୁକ୍ତ କରାଯାଇଛି। ଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁସାରେ ପରୀକ୍ଷା କେନ୍ଦ୍ରକୁ କୌଣସି ଶିକ୍ଷୟିତ୍ରୀ, ଶିକ୍ଷକ, କର୍ମଚାରୀ କେହିବି ମୋବାଇଲ ଫୋନ୍‌ ନେଇପାରିବେ ନାହିଁ। ହେଲେ କାକଟପୁର ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ପରୀକ୍ଷା ଦାୟିତ୍ୱରେ ଥିବା ସୁପରିଣ୍ଟେଣ୍ଡେଣ୍ଟ ମୋବାଇଲ ଫୋନ ଅନ୍‌ ରଖିବା ସହ ଅନିୟମିତତା ଅଭିଯୋଗ ହେବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେହିପରି ପରୀକ୍ଷା କେନ୍ଦ୍ରରେ ତ୍ରୁଟି ପ୍ରଦର୍ଶନ କରିଥିବାରୁ ଡେଲାଙ୍ଗ ମହତାବ ହାଇସ୍କୁଲର ସୁପରିଣ୍ଟେଣ୍ଡେଣ୍ଟଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଅଭିଯୋଗରେ ବ୍ରହ୍ମଗିରି ବ୍ଲକର ଜଣେ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି। ପୁରୀ ଜିଲାରେ ଚଳିତ ମାଟ୍ରିକ ପରୀକ୍ଷାରେ ଶୂନ୍ୟ ସହନଶୀଳତା ନୀତି ଲାଗୁ ହୋଇଥିବାରୁ ନଜରକୁ ଆସୁଥିବା ସମସ୍ତ ଅଭିଯୋଗ ଓ ତ୍ରୁଟି ଉପରେ ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ଜିଲା ଶିକ୍ଷାଧିକାରୀ ଘୋଷ କହିଛନ୍ତି।
ପ୍ରକାଶ ଯେ, ନିମାପଡ଼ା ହରିପୁର ଆଦର୍ଶ ବିଦ୍ୟାଳୟରେ ରାଜ୍ୟ ମୁକ୍ତାକାଶ ବିଦ୍ୟାଳୟ(ଏସ୍‌ଓଏସ୍‌)ର ୬୧ଜଣ ପରୀକ୍ଷା ଦେଉଛନ୍ତି। ଗତ ଶୁକ୍ରବାର ହୋଇଥିତ୍ବା ଓଡ଼ିଆ ପରୀକ୍ଷାରେ ସେମାନଙ୍କୁ କେତେଜଣ ଶିକ୍ଷକ କପି ଯୋଗାଇଥିବା ଅଭିଯୋଗ ହୋଇଥିଲା। ଏପରି କି ପିଲାଙ୍କୁ କପି ଦେବାକୁ ସୁଯୋଗ ଦେବା ପାଇଁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ ଜଣେ ଅଭିଭାବକଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପର ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣା ଜଣାପଡ଼ିବା ପରେ ପରେ ବିଭିନ୍ନ ମହଲରେ ଆଲୋଡନ ସୃଷ୍ଟି ହୋଇଥିଲା। ଘଟଣାର ତଦନ୍ତ ପାଇଁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତିଙ୍କୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଏପରି କି ସୋମବାରଠାରୁ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ରରେ କଡ଼ାକଡ଼ି ଭାବେ ପରୀକ୍ଷା କରାଯିବ, ପରୀକ୍ଷା କେନ୍ଦ୍ରଗୁଡିକୁ ସେଣ୍ଟ୍ରାଲ ସ୍କ୍ବାଡ୍‌ ପଠାଯିବାକୁ ମନ୍ତ୍ରୀ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri