ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା

ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍‌ ସହ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୭ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ବିଳମ୍ବିତ ରାତିରେ ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥରେ ଏକ ଘରୋଇ ବସ୍‌ ଝାରସୁଗୁଡାରୁ ଭୁବନେଶ୍ବର ଯାଉଥିଲା। ସେହି ସମୟରେ ବିପରୀତ ଦିଗରୁ ତାଳଚେରରୁ ସମ୍ବଲପୁର ଅଭିମୁଖେ ଯାଉଥିବା କୋଇଲା ବୋଝେଇ ଟ୍ରକ ବସ୍‌କୁ ଧକ୍କା ଦେଇଥିଲା। ବସ୍‌ରେ ଯାତ୍ରା କରୁଥିବା ୨୭ଜଣ ଯାତ୍ରୀଙ୍କ ମଧ୍ୟରୁ ୧୫ରୁ ଉଦ୍ଧର୍‌ବ ଆହତ ହୋଇଥିବା ଜଣାପଡିଛି। ଖବରପାଇ ଜରପଡା ଥାନା ପୋଲିସ ଓ ସ୍ଥାନୀୟ ଗ୍ରାମବାସୀ ପହଞ୍ଚି ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନା ଓ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଆହତଙ୍କର ଆଶୁ ଚିକିତ୍ସା କରାଯାଇଥିଲା। ଏହାପରେ ସେମାନେ ନିଜ ନିଜ ଗନ୍ତବ୍ୟସ୍ଥଳକୁ ବାହାରି ଯାଇଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ପୋଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ ଓ ବସ୍‌କୁ ଜବତ କରିବା ସହ ଟ୍ରକ ଚାଳକକୁ ଅଟକ ରଖି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ମହିଳା ଆଇନଜୀବୀଙ୍କ ଆକସ୍ମିକ ବିୟୋଗ: ଚାରିଆଡ଼େ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି, ୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟା ଆଇନଜୀବି ରମା ସୁବୁଦ୍ଧିଙ୍କ ସୋମବାର ଆକସ୍ମିକ ପରଲୋକ ହୋଇଯାଇଛି। ଗତ ୧୯୫୨…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri