ଅନୁଗୋଳରେ ଓସିଏ ଉପସଭାପତିଙ୍କୁ ସମ୍ବର୍ଦ୍ଧନା: ‘ଏକାଡେମୀ ଭିତ୍ତିଭୂମି ବିକାଶ ମୁଖ୍ୟ ଦାୟିତ୍ୱ’

ଅନୁଗୋଳ ଅଫିସ, ୩୦।୯: ଅନୁଗୋଳ ଟ୍ରକ ଆସୋସିଏଶନ୍‌ ପକ୍ଷରୁ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ର ନବନିର୍ବାଚିତ ଉପସଭାପତି ଅକ୍ଷୟ କୁମାର ସାମନ୍ତଙ୍କୁ ରବିବାର ଅପରାହ୍ନରେ ସମ୍ବର୍ଦ୍ଧିତ କରାଯାଇଛି। ଟ୍ରକ ଆସୋସିଏଶନ୍‌ ସଭାପତି ବିଭୂତି ପ୍ରସାଦ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାକୁ ସଂଗ୍ରାମ ରଞ୍ଜନ ଦାସ ପରିଚାଳନା କରିଥିଲେ। ଏହି ଅବସରରେ ସାମନ୍ତ କହିଥିଲେ ଯେ, ଭଗବାନଙ୍କ ଆଶୀର୍ବାଦରୁ ଏହି ପଦବୀ ମିଳିଛି। ଅନୁଗୋଳରେ କ୍ରିକେଟ ଏକାଡ଼େମୀ କରିବା ସହ ଏହାର ଭିତ୍ତିଭୂମି ବିକାଶ କରିବା ପାଇଁ ଉଦ୍ୟମ ଜାରି ରଖିଛି। ଅନୁଗୋଳ ସହ ଢେଙ୍କାନାଳ, ଦେବଗଡ଼, ବୌଦ୍ଧ, ସୋନପୁର ଓ କେନ୍ଦୁଝରର ପ୍ରତିଭାଙ୍କୁ ନେଇ ଏହି ଏକାଡେମୀ ଚାଲିବ ବୋଲି ସେ କହିଥିଲେ। ଏକାଡେମୀ ପାଇଁ ଆବଶ୍ୟକ ଜାଗା ନିମନ୍ତେ ସ୍ଥାନୀୟ ଜନପ୍ରତିନିଧି, ବିଧାୟକ, ଏମ୍‌ପି, ପ୍ରଶାସନ ଓ କ୍ରୀଡ଼ାପ୍ରେମୀଙ୍କ ସହଯୋଗ ଲୋଡାଯିବ। ଗ୍ରାମାଞ୍ଚଳଠାରୁ ସବୁସ୍ତରରେ ପ୍ରତିଭାଙ୍କୁ ଅନ୍ବେଷଣ କରାଯିବ। ପୂର୍ବରୁ ଅନୁଗୋଳରେ ଗୋଟିଏ ମାତ୍ର ରଣଜୀ ମ୍ୟାଚ ଖେଳାଯାଇଥିଲା। ଏହାପରେ ଆଉ ଅନୁଗୋଳରେ ସେଭଳି କୌଣସି ଜାତୀୟ ମ୍ୟାଚ ଆୟୋଜନ କରାଯାଇ ନାହିଁ। ଅନୁଗୋଳରେ ରାଜ୍ୟ ଓ ଜାତୀୟ ସ୍ତରର ମ୍ୟାଚ କରିବାକୁ ଉଦ୍ୟମ କରାଯିବ ବୋଲି ଉପସଭାପତି ସାମନ୍ତ କହିଛନ୍ତି। ସଭାରେ ଟ୍ରକ ଆସୋସିଏଶନ ସଭାପତି ଦାସଙ୍କ ସହ ଉପସଭାପତି ପ୍ରମୋଦ କୁମାର ପ୍ରଧାନ, ଅଶୋକ କୁମାର ଦଳବେହେରା, ଉପଦେଷ୍ଟା ସତ୍ୟାନନ୍ଦ ଦଳବେହେରା, ଯୁଗ୍ମ ସମ୍ପାଦକ ସଞ୍ଜୀବ କୁମାର ସ୍ବାଇଁ, ଉପେନ୍ଦ୍ର କୁମାର ସାମଲ, ଉପତ୍ଳ କୁମାର ଦାସ, ସରୋଜ କୁମାର ସାହୁ, କୋଷାଧ୍ୟକ୍ଷ ପ୍ରସନ୍ନ କୁମାର ପାଢ଼ୀଙ୍କ ସହ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri