ଅନୁଗୋଳରେ ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସଚିବ: ମୋ ସରକାର ନିୟମାବଳୀ ଶୁଭାରମ୍ଭ

ଅନୁଗୋଳ ଅଫିସ, ୧୦।୧ – ରାଜ୍ୟ ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଗୁରୁବାରଠାରୁ ଦୁଇଦିନିଆ ଅନୁଗୋଳ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସଚିବ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିବା ସହ ଜିଲାରେ ମୋ ସରକାର କାର୍ଯ୍ୟକ୍ରମ ଜରିଆରେ ଅନ୍‌ଲାଇନ୍‌ରେ ଭିନ୍ନକ୍ଷମ ପରିଚୟ ପତ୍ର ପ୍ରଦାନ ଓ ଡିବିଟି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଅନୁଗୋଳ ଜିଲାରେ ଏହି ବ୍ୟବସ୍ଥାକୁ ପାଇଲଟ୍‌ ପ୍ରକଳ୍ପ ଭାବେ କରାଯାଉଛି ବୋଲି ସଚିବ ପ୍ରକାଶ କରିଛନ୍ତି।
ଜିଲା କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ସଚିବ ଯୋଗଦେଇ ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତା ପ୍ରଦାନ ସମ୍ପର୍କରେ ସମୀକ୍ଷା କରିଥିଲେ। ଏଣିକି ହିତାଧିକାରୀମାନଙ୍କ ସହାୟତା ରାଶି (ଡିବିଟି) ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ। ମୋବାଇଲ ଆପ୍‌ ମାଧ୍ୟମରେ ଭିନ୍ନକ୍ଷମମାନଙ୍କୁ ସେମାନଙ୍କ ପରିଚୟ ପତ୍ର ମଧ୍ୟ ପ୍ରଦାନ କରାଯିବ। ଜାତୀୟ ପରିବାର ମଙ୍ଗଳ ଯୋଜନାରେ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଅର୍ଥରାଶି ପ୍ରଦାନ କରାଯିବ ବୋଲି ସଚିବ କହିଥିଲେ। ଏହି କାର୍ଯ୍ୟକୁ ନିଷ୍ଠା ଓ ଦାୟିତ୍ୱର ସହ କରିବାକୁ ସଚିବ ବିଭାଗୀୟ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ଜିଲାପାଳ ମନୋଜ କୁମାର ମହାନ୍ତି ବିଭାଗୀୟ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସଚିବଙ୍କୁ ଅବଗତ କରିଥିଲେ। ବୈଠକରେ ଉପସ୍ଥିତ ବିଭାଗୀୟ ନିର୍ଦ୍ଦେଶିକା ବ୍ରତତ୍ରୀ ହରିଚନ୍ଦନ ମୋ ସରକାରରେ ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କୁ ଯୋଗାଇ ଦିଆଯାଉଥିବା ସେବା ପାଇଁ ଶୁଭାରମ୍ଭ ହୋଇଥିବା ମୋବାଇଲ ଆପ୍‌ର କାର୍ଯ୍ୟକାରିତା ସମ୍ପର୍କରେ ଆଲୋକପାତ କରିଥିଲେ। ହିତାଧିକାରୀଙ୍କ ଅଭିଯୋଗ ପଞ୍ଜୀକରଣ ହେଲେ ତାଙ୍କ ମୋବାଇଲରେ ଏହା ପ୍ରଦର୍ଶିତ ହେବ ଓ ଉପରିସ୍ଥ ଅଧିକାରୀ ସମ୍ପୃକ୍ତ ବ୍ୟକ୍ତି କ’ଣ ଚାହଁୁଛନ୍ତି, କିପରି ସେବା ଓ ବ୍ୟବହାର ପାଉଛନ୍ତି ତାହା ଜାଣିପାରିବେ। ଭତ୍ତା ପାଉଥିବା ହିତାଧିକାରୀମାନଙ୍କ ଆଧାର କାର୍ଡକୁ ସଂଯୋଗ କରାଯାଇ ଏହାକୁ କଡ଼ାକଡ଼ି ଭାବେ ସମୀକ୍ଷା କରି ପ୍ରକୃତ ହିତାଧିକାରୀ ଚିହ୍ନଟ କରିବାକୁ କମିଶନର ପରାମର୍ଶ ଦେଇଥିଲେ। ଆସନ୍ତା ୧୫ ତାରିଖ ସୁଦ୍ଧା ଏହି କାର୍ଯ୍ୟ ସାରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି ପୁରୀ ଓ ଭୁବନେଶ୍ୱର ପରେ ଅନୁଗୋଳ ଜିଲାରେ କାର୍ଯ୍ୟକାରୀ ହେବ ଭିକାରୀ ଆଶ୍ରୟ ଗୃହ। ଏହି ଗୃହରେ ଜିଲାର ଭିକାରୀମାନଙ୍କୁ ଚିହ୍ନଟ କରାଯାଇ ମାଗଣାରେ ରହିବା ଓ ଖାଇବାର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?