Posted inଜାତୀୟ

ଅନୁଚ୍ଛେଦ ୩୭୦ ଜମ୍ମୁ-କଶ୍ମୀରରେ ସୃଷ୍ଟି କରିଛି ଆତଙ୍କବାଦ ପରିବେଶ: ମୋଦି

ଅହମ୍ମଦାବାଦ୍‌,୩୧।୧୦: ଅନୁଚ୍ଛେଦ ୩୭୦ କେବଳ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ପରିବେଶ ସୃଷ୍ଟି କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଦେଶର ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ୧୪୪ ଜୟନ୍ତୀ ଅବସରରେ ଗୁଜରାଟର କଓ୍ବେଡ଼ିଆଠାରେ ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସର୍ଦ୍ଦାର ପଟେଲ ଶାନ୍ତି ଏବଂ ଏକତାର ବାର୍ତ୍ତାକୁ ଗୁରୁତ୍ୱ ଦେଉଥିବାବେଳେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ଦେଉଥିବା ଅନୁଚ୍ଛେଦ ୩୭୦ କେବଳ ଆତଙ୍କବାଦକୁ ହିଁ ପ୍ରୋତ୍ସାହନ ଦେଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ଦ୍ୱାରା ଭାରତ ଏବଂ ଜମ୍ମୁ-କଶ୍ମୀର ମଧ୍ୟରେ ଥିବା ବିଭେଦ ପ୍ରାଚୀର ହଟି ଯାଇଛି। ମୌର୍ଯ୍ୟ ସମ୍ରାଟ୍‌ ଚନ୍ଦ୍ରଗୁପ୍ତଙ୍କ ସମୟରେ ଚାଣକ୍ୟ ଅଖଣ୍ଡ ମୌର୍ଯ୍ୟ ସାମ୍ରାଜ୍ୟକୁ ସ୍ବପ୍ନକୁ ସମ୍ଭବ କରିଥିବାବେଳେ ସର୍ଦ୍ଦାର ପଟେଲ ଅଖଣ୍ଡ ଭାରତର ସ୍ବପ୍ନ ଦେଖିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri