ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ:୧୬ ବିଭାଗରେ ନିଯୁକ୍ତ ହେବେ ୨୮୯ ଅଧ୍ୟାପକ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟଗୁଡ଼ିକରେ ଖାଲିଥିବା ଅଧ୍ୟାପକ ପଦବୀ ପୂରଣ ଦିଗରେ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବିଭାଗ ଦ୍ୱାରା ରାଜ୍ୟ ସିଲେକ୍‌ଶନ୍‌ ବୋର୍ଡକୁ ୮୩୩ ଅଧ୍ୟାପକ ପଦବୀ ପୂରଣ ନିମନ୍ତେ ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଥିଲା। ଏନେଇ ବୋର୍ଡ ଦ୍ୱାରା ପଦବୀ ପୂରଣ ପାଇଁ ପ୍ରକ୍ରିୟା ଜାରି ରହିଛି। ଇତି ମଧ୍ୟରେ ୯ ବିଭାଗରେ ୨୯୯ ଅଧ୍ୟାପକ ପଦବୀ ପୂରଣ ହୋଇସାରିଛି। ଏଥର ୧୬ ବିଭାଗର ୨୮୯ ଯୋଗ୍ୟ ବିବେଚିତ ଅଧ୍ୟାପିକା ଓ ଅଧ୍ୟାପକଙ୍କୁ ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ନିଯୁକ୍ତି ଦିଆଯିବ। ନବନିଯୁକ୍ତ ଅଧ୍ୟାପିକା ଓ ଅଧ୍ୟାପକଙ୍କ ପାଇଁ ଭୁବନେଶ୍ୱରସ୍ଥିତ ସୂଚନା ଭବନରେ ଏକ ଦିଗଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଆସନ୍ତା ୨୮ ତାରିଖ ସକାଳ ୧୦ଟା ୩୦ ମିନିଟ୍‌ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେବେ। ନବନିଯୁକ୍ତ ଅଧ୍ୟାପକମାନଙ୍କ ମଧ୍ୟରୁ ବାଣିଜ୍ୟରେ ୨ ଜଣ, ରାଜନୀତି ବିଜ୍ଞାନରେ ୨, ଇଂଲିଶରେ ୯୫, ଗଣିତରେ ୩୮, କମ୍ପ୍ୟୁଟର ସାଇନ୍ସରେ ଜଣେ, ତେଲୁଗୁରେ ଜଣେ, ଷ୍ଟାଟିଷ୍ଟିକ୍ସରେ ଜଣେ, ହିନ୍ଦୀରେ ୭, ହୋମ୍‌ ସାଇନ୍ସରେ ୭, ସାଇକୋଲୋଜିରେ ୮, ଏଜୁକେଶନ୍‌ରେ ୨୯, ଊର୍ଦ୍ଦୁରେ ଜଣେ, ସଂସ୍କୃତରେ ୨୨, ପଦାର୍ଥ ବିଜ୍ଞାନରେ ୩୪, ପ୍ରାଣୀ ବିଜ୍ଞାନରେ ୨୯ ଏବଂ ସୋସିଓଲୋଜିରେ ୧୨ଜଣ ଏହି ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri